ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ


ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ଆଉ ମାତ୍ର ଦିନ କେଇଟା ବାକି । ଭବ୍ୟ ଲୋକାର୍ପଣ କାର୍ଯ୍ୟକ୍ରମ ପାଇଁ ଚାଲିଛି ପ୍ରସ୍ତୁତି । ଆଜି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ପୁରୀ ଯାଇ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି। ଜାନୁଆରୀ ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହେବ। ଏହି ଭବ୍ୟ ସମାରୋହରେ ସାମିଲ ହେବା ପାଇଁ ଦେଶର ବିଭିନ୍ନ ସ୍ଥାନରୁ ସାଧୁ ସନ୍ଥ, ଶ୍ରଦ୍ଧାଳୁ ପୁରୀ ଆସିବେ। ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବ କିପରି ସୁରକ୍ଷିିତ ଓ ଶୃଙ୍ଖଳିତ ହେବ, ସେ ନେଇ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ । ଲକ୍ଷାଧିକ ଭକ୍ତଙ୍କ ସମାଗମ ସମ୍ଭାବନାକୁ ନଜରରେ ରଖି ପ୍ରଶାସନ ପକ୍ଷରୁ ବିଭିନ୍ନ ଦିଗ ପ୍ରତି ଗୁରୁତ୍ୱ ଦିଆଯାଇଛି। ଏହି ବୈଠକରେ ଅନ୍ୟ ବରିଷ୍ଠ ଅଧିକାରୀ ମଧ୍ୟ ସାମିଲ ରହିଛନ୍ତି।


error: Content is protected !!