March 28, 2026

Now Odisha

Now Odisha

୧୧,୨୦୦ କୋଟି ଟଙ୍କା ନିବେଶରେ ନିର୍ମିତ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

Spread the love

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଜିଓ୍ବାରଠାରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଗର୍ବ ଓ ଆନନ୍ଦ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ବିକଶିତ ଉତ୍ତରପ୍ରଦେଶ ଓ ବିକଶିତ ଭାରତ ଅଭିଯାନ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡ଼ାଯାଇଛି।ଭାରତର ବୃହତ୍ତମ ରାଜ୍ୟ ଏବେ ସର୍ବାଧିକ ସଂଖ୍ୟକ ଅନ୍ତର୍ଜାତୀୟ ବିମାନବନ୍ଦର ଥିବା ରାଜ୍ୟମାନଙ୍କ ମଧ୍ୟରେ ଅନ୍ୟତମ ପାଲଟିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ସେ ଦୁଇଗୁଣ ଆନନ୍ଦ ଅନୁଭବ କରୁଛନ୍ତି, ପ୍ରଥମତଃ ସେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଓ ଏବେ ଉଦ୍‌ଘାଟନ ମଧ୍ୟ କରିଛନ୍ତି ଓ ଦ୍ବିତୀୟତଃ ଏହି ବିମାନବନ୍ଦରର ନାମ ଉତ୍ତରପ୍ରଦେଶ ସହିତ ସଂପର୍କିତ ରହିଛି। “ଏହି ରାଜ୍ୟ ମୋତେ ନିଜର ପ୍ରତିନିଧି ଭାବେ ସଂସଦକୁ ପଠାଇଥିଲା ଓ ଏହାର ନାମ ଏବେ ଏହି ଭବ୍ୟ ବିମାନବନ୍ଦର ସହ ଯୋଡ଼ି ହୋଇଛି।

ନବନିର୍ମିତ ନୋଏଡା ବିମାନବନ୍ଦରର ସୁଦୂରପ୍ରସାରୀ ପ୍ରଭାବ ଉପରେ ଆଲୋକପାତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ନୋଏଡା ବିମାନବନ୍ଦର ଆଗ୍ରା, ମଥୁରା, ଆଲିଗଡ଼, ଗାଜିଆବାଦ, ମିରଟ, ଇଟାୱା, ବୁଲନ୍ଦସହର ଏବଂ ଫରିଦାବାଦ ସମେତ ଏକ ବିସ୍ତୃତ ଅଞ୍ଚଳକୁ ଉପକୃତ କରିବ। ଏହି ବିମାନବନ୍ଦର ପଶ୍ଚିମ ଉତ୍ତର ପ୍ରଦେଶର ଚାଷୀ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ଏବଂ ଯୁବକମାନଙ୍କ ପାଇଁ ଅନେକ ନୂତନ ନିଯୁକ୍ତି ସୁଯୋଗ ଆଣିବ। ଶ୍ରୀ ମୋଦୀ କହିଛନ୍ତି, “ଏଠାରୁ ସାରା ବିଶ୍ୱକୁ ବିମାନ ଉଡ଼ିବ ଏବଂ ଏହି ବିମାନବନ୍ଦର ‘ବିକଶିତ ଉତ୍ତରପ୍ରଦେଶର ଉଡ଼ାଣର ପ୍ରତୀକ ହେବ।” ଏଥିପାଇଁ ସେ ରାଜ୍ୟର ଲୋକମାନଙ୍କୁ, ବିଶେଷକରି ପଶ୍ଚିମ ଉତ୍ତର ପ୍ରଦେଶର ଲୋକମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଥିଲେ।

ବର୍ତ୍ତମାନର ବିଶ୍ୱ ପରିସ୍ଥିତି ଉପରେ ବକ୍ତବ୍ୟ ରଖି ପ୍ରଧାନମନ୍ତ୍ରୀ କହିଥିଲେ ଯେ ପଶ୍ଚିମ ଏସିଆରେ ଏକ ମାସରୁ ଅଧିକ ସମୟ ଧରି ଯୁଦ୍ଧ ଚାଲିଛି ଓ ଏହାକୁ ନେଇ ସମଗ୍ର ବିଶ୍ବ ଚିନ୍ତିତ ଅଛି। ଏହା ଫଳରେ ଅନେକ ଦେଶରେ ଖାଦ୍ୟ, ପେଟ୍ରୋଲ, ଡିଜେଲ, ଗ୍ୟାସ ଏବଂ ସାର ଭଳି ଅତ୍ୟାବଶ୍ୟକ ସାମଗ୍ରୀର ଅଭାବ ରହିଛି। ଭାରତ ଏହି ଯୁଦ୍ଧଗ୍ରସ୍ତ ଅଞ୍ଚଳରୁ ପ୍ରଚୁର ପରିମାଣରେ ଅଶୋଧିତ ତେଲ ଏବଂ ଗ୍ୟାସ ଆମଦାନୀ କରେ। ତେବେ ଶ୍ରୀ ମୋଦୀ ଆଶ୍ୱାସନା ଦେଇ କହିଥିଲେ, “ସରକାର ଏହି ସଙ୍କଟର ବୋଝ ସାଧାରଣ ପରିବାର ଏବଂ କୃଷକଙ୍କ ଉପରେ ନପଡ଼ିବା ପାଇଁ ସମସ୍ତ ପ୍ରକାରର ପଦକ୍ଷେପ ନେଉଛନ୍ତି।”

error: Content is protected !!