ଭୁବନେଶ୍ୱର,୧୬।୯: ‘ଧୃତରାଷ୍ଟ୍ର’ ଆକ୍ଷେପ ପରେ ପାଣ୍ଡଆନଙ୍କୁ କଟାକ୍ଷ କଲେ ଶ୍ରୀମୟୀ ମିଶ୍ର। ସନ୍ନ୍ୟାସ ଏବଂ ସନ୍ନ୍ୟାସୀ ବିଷୟ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ଟାର୍ଗେଟ୍ କରିଛନ୍ତି। ଶ୍ରୀମୟୀ କହିଛନ୍ତି, ସନ୍ନ୍ୟାସୀ ସର୍ବୋପରି ଜଗତର ମଙ୍ଗଳ କାମନା କରନ୍ତି। ସନ୍ଥ, ସନ୍ୟାସୀମାନେ ଜ୍ଞାନ, ତ୍ୟାଗ ଓ ଭକ୍ତିର ନିଦର୍ଶନ ଦିଅନ୍ତି, ତାଙ୍କ ଜ୍ଞାନର ଆଲୋକ ଆମ ଜାତିର ଗୌରବ, ଯାହା ଅନ୍ଧକାର ମନରେ ଆଲୋକ ଉତ୍ସ ଭଳି। ବୃକ୍ଷତଳେ ବସି, ନଦୀର କୂଳେ ଧ୍ୟାନମଗ୍ନ ହୋଇ, ଶୁନ୍ୟରୁ ସମସ୍ତ ସୃଷ୍ଟିର ରହସ୍ୟ ଦେଖନ୍ତି, ଆଉ ସର୍ବୋପରି ଜଗତର ମଙ୍ଗଳ କାମନା କରନ୍ତି। ହେଲେ ଆଜିର ଯୁଗରେ ସନ୍ନ୍ୟାସୀଙ୍କ ପରିଭାଷା ଅଲଗା। ଜଗତ ପଛେ ନର୍କେ ପଡିଥାଉ, ମୋ ଜୀବନ ଉଦ୍ଧାର ହେଉ। କିଛି ସନ୍ନ୍ୟାସୀ ଜଗନ୍ନାଥଙ୍କ ନାମ ନେଇ ଅନ୍ୟ ପାଇଁ ଗାତ ଖୋଳୁଛନ୍ତି। ଅନ୍ୟ ପାଇଁ ଗାତ ଖୋଳିବାକୁ ଯାଇ ନିଜେ ଗାତରେ ପଡୁଛନ୍ତି।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…