ଆସନ୍ତା ୧୮ରୁ ୨୫ତାରିଖ ପର୍ଯ୍ୟନ୍ତ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ଏଥିରେ ମୋଟ ୭ଟି କାର୍ଯ୍ୟଦିବସ ରହିଛି । ଅଧିବେଶନ ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୁରମା ପାଢୀ । ସର୍ବଦଳୀୟ ବୈଠକରେ ବିରୋଧୀ ଦଳ ବିଜେଡି, କଂଗ୍ରେସ ଓ ସିପିଏମ ବିଧାୟକ ମାନେ ଉପସ୍ଥିତ ରହିଛନ୍ତି । ଗୃହକାର୍ଯ୍ୟକୁ ସୁରୁଖୁରୁରେ ଚଳାଇବା ପାଇଁ ବୈଠକରେ ସମସ୍ତଙ୍କ ସହଯୋଗ ଲୋଡିଛନ୍ତି ବାଚସ୍ପତି ।
ଉଭୟ ବିରୋଧୀ ଦଳ ଓ ଶାସକ ଦଳ ପାଇଁ ଏହି ଅଧିବେଶନ ବେଶ୍ ଗୁରୁତ୍ୱ ବହନ କରୁଛି । ଆସନ୍ତାକାଲି ଉଭୟ ବିଜେଡି ଓ କଂଗ୍ରେସର ବିଧାୟକ ଦଳ ବୈଠକ ପୃଥକ ପୃଥକ ଭାବେ ଅନୁଷ୍ଠିତ ହେବ । ସେହିପରି କାଲି ବିଜେପି ବିଧାୟକ ଦଳର ବୈଠକ ବସିବାର ସମ୍ଭାବନା ରହିଛି ।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…