ସାମ୍ନାକୁ ଆସିଲା ରାମଲାଲାଙ୍କ ପ୍ରଥମ ଝଲକ। ଗର୍ଭଗୃହରେ ଶ୍ରୀବିଗ୍ରହ ସ୍ଥାପନ କରାଯିବା ପରେ ପ୍ରଥମ ଥର ଲାଗି ଫଟୋ ସାମ୍ନାକୁ ଆସିଛି। ଧଳା ମାର୍ବଲ ଆସ୍ଥାନ ଉପରେ ରାମଲାଲା ବିରାଜମାନ କରିଛନ୍ତି। ଆସନ୍ତା ୨୨ ତାରିଖରେ ପ୍ରାଣ ପ୍ରତିଷ୍ଠା ଉତ୍ସବ ଥିବାରୁ ଶ୍ରୀରାମଙ୍କ ମୂର୍ତ୍ତି କପଡ଼ାରେ ଘୋଡ଼ାଇ ରଖାଯାଇଛି। ପୂଜାପାଠ ପରେ ଆସ୍ଥାନ ଭିତରେ ବହୁମୂଲ୍ୟ ରତ୍ନ ରଖାଯିବା ପରେ ରାମଲାଲାଙ୍କ ବିଗ୍ରହ ଗର୍ଭଗୃହରେ ସ୍ଥାପନ କରାଯାଇଛି। ବୁଧବାର ରାମଲାଲାଙ୍କ ମୂର୍ତ୍ତି ମନ୍ଦିର ପରିସରକୁ ଅଣାଯାଇଥିଲା। ଗର୍ଭଗୃହରେ ସ୍ଥାପନ ପୂର୍ବରୁ ମନ୍ଦିର ପରିସରରେ ମୂର୍ତ୍ତି ପରିକ୍ରମା କରିବାର ଯୋଜନା ଥିଲା। ମାତ୍ର ମୂର୍ତ୍ତିର ଓଜନ ଅଧିକ ହେବାରୁ ଏହା ଜାଗାରେ ୧୦ କେଜିର ଚାନ୍ଦି ମୂର୍ତ୍ତି ମନ୍ଦିର ପରିସରରେ ବୁଲାଯାଇଥିଲା। ପରେ ରାମଲାଲାଙ୍କ ମୂର୍ତ୍ତିକୁ ଆସ୍ଥାନରେ ବିରାଜମାନ କରାଯାଇଥିଲ।
More Stories
ଲିଙ୍ଗରାଜରେ କୋହେନୁର ପଞ୍ଜିକା ମନା
ରାସନ୍ କାର୍ଡ e-KYC ନେଇ ବଡ଼ ଅପଡେଟ୍
ନାବାଳିକା ଶିଶୁକନ୍ୟାଙ୍କୁ ୪ ଜଣ ଅସାମାଜିକ ଯୁବକ ଗଣ ଦୁଷ୍କର୍ମ କରିବା ଘଟଣାରେ ଦୋଷୀ ମାନଙ୍କ ବିରୁଦ୍ଧରେ କଠୋର ରୁ କଠୋର କାର୍ଯ୍ୟାନୁଷ୍ଠାନ |