ଭୁବନେଶ୍ୱର, ୨୨/୦୪: ଆଜି ରାଜ୍ୟ ମନ୍ତ୍ରୀମଣ୍ଡଳ (କ୍ୟାବିନେଟ)ର ୩୯ ତମ ବୈଠକ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ପରେ ମୁଖ୍ୟ ଶାସନ ସଚିବ ଶ୍ରମତୀ ଅନୁ ଗର୍ଗ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ lବୈଠକରେ ୮ ଟି ବିଭାଗର ୮ ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଛି l ଶିଳ୍ପ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଦ୍ୟା, ଗୃହ ନିର୍ମାଣ ଓ ନଗର ଉନ୍ନୟନ, ପୂର୍ତ୍ତ(ନିର୍ମାଣ), ବାଣିଜ୍ୟ ଓ ପରିବହନ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ଏବଂ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଆଦି ପ୍ରତ୍ୟେକ ବିଭାଗରୁ ୧ଟି ଲେଖାଏଁ ପ୍ରସ୍ତାବ ଆଗତ ପୂର୍ବକ ସମସ୍ତ ପ୍ରସ୍ତାବଗୁଡିକ କ୍ୟାବିନେଟ ବୈଠକରେ ଅନୁମୋଦନ କରାଯାଇଛି l

More Stories
ବଜ୍ରାଘାତରେ ଟଳି ପଡ଼ିଲେ ଗାଈ ଚରାଳି |
ଜାତୀୟ ସ୍ତରର ପ୍ରତିଯୋଗିତାରେ ଓଡ଼ିଶା ପୋଲିସ କ୍ରୀଡାବିତଙ୍କ ଚମକ:କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି
ନିଶା କ୍ଷେତ୍ରରେ ‘ଜିରୋ ଟୋଲେରାନ୍ସ’: ମାଫିଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ – “ସୁଧୁର, ନଚେତ୍ ବୁଲଡୋଜର ଆକ୍ସନ୍ ପାଇଁ ପ୍ରସ୍ତୁତ ରୁହ!”