ଖୋର୍ଦ୍ଧା ଜିଲ୍ଲାରେ କାଲିଠୁ ସାଢ଼େ ୬ରୁ ସାଢ଼େ ୯ଟା ପର୍ଯ୍ୟନ୍ତ ସ୍କୁଲ୍।ସମସ୍ତ ସରକାରୀ/ବେସରକାରୀ ସ୍କୁଲ, ଅଙ୍ଗନବାଡି କେନ୍ଦ୍ର ପାଇଁ ନିର୍ଦ୍ଦେଶ।ହିଟ୍ ୱେଭ୍କୁ ଦେଖି ସ୍କୁଲ୍ ସମୟ ବଦଳାଇଲେ ଜିଲ୍ଲାପାଳ। ଡହଳ ବିକଳ କଲାଣି ଖରା । ଅଧିକାଂଶ ଜିଲ୍ଲାରେ ତାପମାତ୍ରା 40 ଡିଗ୍ରୀ ଟପିଲାଣି । ଏହି ସମୟରେ ପିଲେ ସ୍କୁଲ ଆସିବା କଷ୍ଟକର ହୋଇପଡିଛି ।ଆଜି ଭୁବନେଶ୍ୱରରେ ତାପମାତ୍ରା 42 ଡିଗ୍ରୀ ଛୁଇଁଛି । ଏହାକୁ ଦୃଷ୍ଟିରେ ରଖି ସରକାର ବିଭିନ୍ନ ଜିଲ୍ଲାରେ ସ୍କୁଲ ବନ୍ଦ ଘୋଷଣା କରିଛନ୍ତି । ତେବେ ଖୋର୍ଦ୍ଧା ଜିଲ୍ଲାରେ ଅତ୍ୟଧିକ ଗ୍ରାମକୁ ଦୃଷ୍ଟିରେ ରଖି ସକାଳୁଆ ସ୍କୁଲ ନିର୍ଦ୍ଦେଶ ଦେଇଛନ୍ତି ସରକାର ।
ଖୋର୍ଦ୍ଧା ଜିଲ୍ଲାରେ ସକାଳୁଆ ହେଲା ସ୍କୁଲ । ସ୍କୁଲ ସମୟ ବଦଳିଲା । ସକାଳ ୬ଟା ୩୦ରୁ ୯ଟା ୩୦ ପର୍ଯ୍ୟନ୍ତ ହେବ ପାଠପଢ଼ା । ସବୁ ସରକାରୀ, ବେସରକାରୀ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ପାଇଁ ଏହି ନିର୍ଦ୍ଦେଶ ଲାଗୁ ହୋଇଛି । ପ୍ରବଳ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି ନିୟମ ବଳବତ୍ତର ରହିବ ବୋଲି ଜଣାପଡିଛି ।

More Stories
ନିଖୋଜ ହେବାର ୭ ଦିନ ପରେ ମିଳିଲା ବ୍ରହ୍ମପୁର ଉପକଣ୍ଠ କରାପଲି ଗାଁର ବ୍ୟବସାୟୀ ସୁଧୀର ପାତ୍ରଙ୍କ ମୃତଦେହ।
ଚାଲିଥିଲା ସଟ୍ଟାଖେଳ: ମାଡି ବସିଲା ସଦର ଥାନା ପୋଲିସ୍, ୫ଅଭିଯୁକ୍ତ…
ବାଗଝୋଲା ନଦୀଘାଟରୁ ଗଳିତ ମୃତଦେହ ଜବତ, ହତ୍ୟା ପରେ ଆଳୁ ବସ୍ତାରେ ଭର୍ତ୍ତି କରି ଫିଙ୍ଗିଥିବା ସନ୍ଦେହ