January 25, 2026

Now Odisha

Now Odisha

ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନ…

Spread the love

— ଆରମ୍ଭ ହେଲା ୧୭ତମ ବିଧାନସଭାର ଚତୁର୍ଥ ଅଧିବେଶନ । ଆଜି ପ୍ରଥମ ଦିନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ଦିବ୍ୟଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆ, ବିଭୂତି ଭୂଷଣ ସିଂହ ମର୍ଦ୍ଦରାଜ, ପ୍ରସନ୍ନ କୁମାର ପଟ୍ଟନାୟକ, କରେନ୍ଦ୍ର ମାଝୀ, ନିରଞ୍ଜନ ହେମ୍ବ୍ରମ, ପ୍ରଫୁଲ୍ଲ କୁମାର ଭଞ୍ଜ, ମହମ୍ମଦ ରଫିକଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ଏହାସହ ଓଡ଼ିଶା ପୁଲିସର ଲୋକନାଥ ଶବର ଏବଂ ଲକ୍ଷ୍ମଣ ମାଝୀଙ୍କ ବିୟୋଗରେ ମଧ୍ୟ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେବେ ମୁଖ୍ୟମନ୍ତ୍ରୀ ଶୋକ ପ୍ରସ୍ତାବ ଆଗତ କରିବ ପରେ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ମଧ୍ୟ ବିଧାନସଭାରେ ଶୋକ ପ୍ରସ୍ତାବ ନେଇ ନିଜ ନିଜର ମତ ରଖିଥିଲେ । ସମସ୍ତେ ଦିବଙ୍ଗତ ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କୁ ମନେ ପକାଇ ତାଙ୍କର ଅମର ଆତ୍ମାର ସଦଗତି କାମନା କରିଥିଲେ । ଗୃହରେ ୧ମିନିଟ ପାଇଁ ନିରବ ପ୍ରାର୍ଥନା କରାଯାଇଛି । ଆଜିଠାରୁ ଆରମ୍ଭ ହୋଇଥିବା ବିଧାନସଭା ମୌସୁମୀ ଅଧିବେଶନ ଆସନ୍ତା ୨୬ତାରିଖ ଯାଏଁ ଚାଲିବ । ଏହି ଅଧିବେଶନରେ ମୋଟ ୭ଟି କାର୍ଯ୍ୟ ଦିବସ ରହିଛି ।

error: Content is protected !!