ଆଜିଠୁ ବଦଳିବ ପାଗ । ମେ’ ୪ ପର୍ଯ୍ୟନ୍ତ ୬ଦିନ ଧରି ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ପ୍ରଭାବ ରହିବ। ଏହି ସମୟରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ପବନ ହେବ । ପ୍ରବଳ ବିଜୁଳି ଘଡଘଡ଼ି ସହ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକରେ ପ୍ରବଳ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ।
ଏହି ସବୁ ଜିଲ୍ଲାରେ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।କାଳବୈଶାଖୀ ଯୋଗୁ ଅସମ୍ଭାଳ ତାତିରୁ ସାମାନ୍ୟ ତ୍ରାହି ମିଳିପାରେ ।

More Stories
ଓସ୍କାର ଦୌଡ଼ରେ ଚଳଚ୍ଚିତ୍ର ‘ଅଙ୍ଘ’: ବିଶ୍ୱ ଦରବାରରେ ଭାରତ ପାଇଁ ଗର୍ବ
ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ: ତୁହାକୁ ତୁହା ବର୍ଷା, ୪ ଜିଲାରେ ରେଡ ଓ୍ବାର୍ନିଂ ଜାରି
ଚଳନ୍ତା ବସ୍ରେ ହଠାତ୍ ଲାଗିଲା ନିଆଁ: ୯ ଜଣ ଜୀବନ୍ତ ଜଳିଗଲେ, ୪୦ରୁ ୫୦ ଥିଲେ ଯାତ୍ରୀ