—ବିଜେପି ସରକାରଙ୍କ ବିରୋଧରେ କଂଗ୍ରେସ ଆଣିଲା ଅନାସ୍ଥା ପ୍ରସ୍ତାବ । ଗୁରୁବାର କଂଗ୍ରେସ ବିଧାୟକମାନେ ଚିଠି ଦେବା ସହ ମୋହନ ମାଝୀଙ୍କ ସରକାର ବିରୋଧରେ ଅନାସ୍ଥା ଆଣିଛନ୍ତି । ତେବେ ଏହି ଅନାସ୍ଥା ପ୍ରସ୍ତାବ ନେଇ ୧୫ବିଧାୟକଙ୍କ ସମର୍ଥନ ଥିବା ନେଇ କଂଗ୍ରେସ ନେତାମାନେ ଦାବି କରିଛନ୍ତି । ଅନ୍ୟପଟେ ବିରୋଧୀ ବିଜେଡି କିନ୍ତୁ ଏପର୍ଯ୍ୟନ୍ତ ଅନାସ୍ଥା ପ୍ରସ୍ତାବକୁ ସମର୍ଥନ ଜଣାଇନାହିଁ । କଂଗ୍ରେସ କିନ୍ତୁ ବିରୋଧୀ ଦଳର ସହଯୋଗ ଲୋଡିଛି । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଚାମ୍ବରରେ କଂଗ୍ରେସ ନେତା ପହଞ୍ଚି ସହଯୋଗ ଲୋଡିଛନ୍ତି ।
ଏସମ୍ପର୍କରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି, କଂଗ୍ରେସର ନେତାମାନେ ଏନେଇ ବିଜେଡି ଏସମ୍ପର୍କରେ ଏପର୍ଯ୍ୟନ୍ତ କିଛି ଆଲୋଚନା କରିନାହାନ୍ତି । ହେଲେ ଆମେ ଆମ ପ୍ରସଙ୍ଗ ବିଧାନସଭାରେ ଉଠାଇବୁ । ତେବେ ମୋହନ ସରକାର ବିରୋଧରେ ଅନାସ୍ଥା ଆଣିବା ନେଇ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଏବଂ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ସୂଚନା ଦେଇଛନ୍ତି ।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…