ରାଜ୍ୟରେ ଜାରି ରହିଛି କଳାବୈଶାଖୀ ବର୍ଷା। ଆଜି ୭ ଜିଲ୍ଲା ଓ କାଲି ୧୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ସହ କୁଆପଥର ବର୍ଷା ସମ୍ଭାବନା ରହିଛି। ରାଜ୍ୟରେ ବର୍ତ୍ତମାନ ମେଘୁଆ ପାଗ ସହ ଖରା ଗାୟବ ହୋଇଥିବା ବେଳେ ତାତିରୁ ମିଳିଛି ଆଶ୍ଵସ୍ତି। କାଳବୈଶାଖୀ ପ୍ରଭାବରୁ ମେଘୁଆ ପାଗ ସହ ବର୍ଷା ସମ୍ଭାବନା ଥିବା ବେଳେ ଆଗାମୀ ୪ ଦିନ ଯାଏ ପ୍ରବଳ ବର୍ଷା ଓ ପବନ ପାଇଁ ଚେତାବନୀ ଦେଇଛି ପାଣିପାଗ ବିଭାଗ।
ଆସନ୍ତା ୨୪ ଘଣ୍ଟାରେ ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ଥିବା ବେଳେ ୭ ଜିଲ୍ଲା କେନ୍ଦୁଝର, ମୟୁରଭଞ୍ଜ , ବାଲେଶ୍ୱର, ରାୟଗଡା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରରେ ବଜ୍ରପାତ ସହ ବର୍ଷା ସମ୍ଭାବନାକୁ ନେଇ ଅରେଞ୍ଜ ଓ୍ଵାର୍ଣ୍ଣିଙ୍ଗ ଜାରି ଜାରି କରିଛି ପାଣିପାଗ ବିଭାଗ । ସେହିପରି ଗଜପତି, ଗଂଜାମ, କନ୍ଧମାଳ, କଳାହାଣ୍ଡି, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ, ,ଖୋର୍ଦ୍ଧା ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର ଓ ଭଦ୍ରକ ଏହି ୧୬ ଜିଲ୍ଲାରେ ବିଜୁଳି ଘଡଘଡି ବର୍ଷା ସମ୍ଭାବନା ଓ ୪୦ ରୁ ୫୦ କିମି ବର୍ଷାକୁ ନେଇ ନେଇ ୟେଲୋ ଓ୍ଵାର୍ଣ୍ଣିଙ୍ଗ ଜାରି କରାଯାଇଛି।

More Stories
ଗ୍ୟାରେଜ୍ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା
ଗୁଜବ ପାଇଁ ଟ୍ରେନ୍ରୁ ଡେଇଁ ପଡ଼ିଲେ ଯାତ୍ରୀ, ୪ ଜଣଙ୍କ ମୃତ୍ୟୁ
ପୂର୍ବ ଶତ୍ରୁତାରୁ ଅଟୋ ଚାଳକଙ୍କୁ ହତ୍ୟା ଉଦ୍ୟମ! ଗାଁ ମେଡ଼ିକାଲ ଛକରେ ଠିଆ ହୋଇଥିଲେ, କାରରେ ଆସି ହାଣି ଚାଲିଲେ