ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଳୟ


ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଳୟ ଓଡ଼ିଶା ଅସୁସ୍ଥ ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟିବାକୁ ମୁଖ୍ୟମନ୍ତ୍ରୀଙ୍କ ଚେନ୍ନାଇ ଯାତ୍ରାଭୁବନେଶ୍ଵର9 ଫେବୃଆରୀ ୨୦୨୪ବିଶିଷ୍ଟ ରାଜନୀତିଜ୍ଞ ତଥା ପୂର୍ବତନ ବିଧାୟିକା ଭି. ସୁଜ୍ଞାନ କୁମାରୀ ଦେଓଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଚେନ୍ନାଇ ଯାଇଛନ୍ତି । ତାଙ୍କ ସହିତ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀମତୀ ଉଷା ଦେବୀ, ଅର୍ଥ ମନ୍ତ୍ରୀ ଶ୍ରୀ ବିକ୍ରମ କେଶରୀ ଆରୁଖ, 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ ଏବଂ ଯାଜପୁର ବିଧାୟକ ଶ୍ରୀ ପ୍ରଣବ ପ୍ରକାଶ ଦାସ ଚେନ୍ନାଇ ଯାଇଛନ୍ତି। ସୂଚନାଯୋଗ୍ୟ ଯେ ସୁଜ୍ଞାନ କୁମାରୀ ଦେଓ ଅସୁସ୍ଥ ହୋଇ ବର୍ତ୍ତମାନ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଶ୍ରୀମତୀ ଦେଓ ବିଜୁ ଜନତା ଦଳର ଜଣେ ବରିଷ୍ଠ ନେତ୍ରୀ ଏବଂ ସେ 10 ଥର ବିଧାୟିକା ଭାବରେ ଖଲିକୋଟ ଓ କବିସୂର୍ଯ୍ୟନଗର ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପ୍ରତିନିଧିତ୍ୱ କରିଛନ୍ତି। ଖଲିକୋଟ ରାଣୀ ଭାବେ ମଧ୍ୟ ସେ ସୁପରିଚିତ ଅଟନ୍ତି।


error: Content is protected !!