ଭୁବନେଶ୍ଵର : ମହାଙ୍ଗା ଡବଲ୍ ମର୍ଡର ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ପୁର୍ନବାର ପ୍ରତାପ ଜେନା ଜବାବ ଦାଖଲ ପାଇଁ ସମୟ ନେଇଛନ୍ତି। ରାଜ୍ୟ ସରକାର ମଧ୍ୟ ଜବାବ ଦାଖଲ ପାଇଁ ସମୟ ନେଇଛନ୍ତି। ୪ ସପ୍ତାହରେ ଜବାବ ଦାଖଲ କରିବାକୁ ସୁପ୍ରିମକୋର୍ଟ ନିର୍ଦେଶ ଦେଇଛନ୍ତି। ଆଉ ଦୁଇ ସପ୍ତାହରେ ପ୍ରତି ଜବାବ ଦାଖଲ କରିବାକୁ ଆବେଦନକାରୀଙ୍କୁ ମହଲତ ଦିଆଯାଇଛି। ଦୁଇ ମାସ ପରେ ସୁପ୍ରିମକୋର୍ଟରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ପ୍ରତାପ ଜେନାଙ୍କୁ ଅଭିଯୁକ୍ତ ଭାବେ ଗ୍ରହଣ କରିବାକୁ ଆବେଦନ କରାଯାଇଛି। ମୃତ କୂଳମଣି ବରାଳଙ୍କ ପୁଅ ସୁପ୍ରିମକୋର୍ଟଙ୍କ ଦ୍ଵାରସ୍ଥ ହୋଇଛନ୍ତି।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…