ବରପାଲି, ୦୭/୦୬: ପଶ୍ଚିମ ଓଡ଼ିଶାର ଗଣପର୍ବ ଶୀତଳଷଷ୍ଠୀକୁ ନେଇ ସାରା ବରପାଲି ଅଞ୍ଚଳ ଚଳଚଞ୍ଚଳ ହୋଇଉଠିଛି। ୧୪୯ ତମ ବରପାଲି ଶୀତଳଷଷ୍ଠୀ ମହୋତ୍ସବକୁ ଅଧିକ ସୁନ୍ଦର ଓ ଶୃଙ୍ଖଳିତ କରିବା ଲକ୍ଷ୍ୟରେ ଆୟୋଜକ କମିଟି ପକ୍ଷରୁ ପ୍ରସ୍ତୁତିକୁ ଚୂଡ଼ାନ୍ତ ରୂପ ଦିଆଯାଇଛି। ଏହି ଅବସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇ ସମସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇଛି।
ସମ୍ମିଳନୀରେ ସଭାପତି ଆନନ୍ଦ ବାବୁଙ୍କ ସଭାପତିତ୍ୱରେ ମହୋତ୍ସବର ନୀତିକାନ୍ତି, ଅତିଥି ସତ୍କାର ଏବଂ ସାମଗ୍ରିକ ସମାବେଶ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। କମିଟିର ସମ୍ପାଦକ ଜୟନ୍ତ ତ୍ରିପାଠୀ ସୂଚନା ଦେଇ କହିଛନ୍ତି ଯେ, ଆସନ୍ତା ୧୫ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ ଏହି ମହୋତ୍ସବ ମହାସମାରୋହରେ ପାଳିତ ହେବ। ମହାଦେବ ଏବଂ ମାତା ପାର୍ବତୀଙ୍କ ବିବାହ ଉତ୍ସବକୁ ସୁରୁଖୁରୁରେ ସମ୍ପନ୍ନ କରିବା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି।ଏହି ସାମ୍ବାଦିକ ସମ୍ମିଳନୀରେ ବରିଷ୍ଠ ସଦସ୍ୟ ପୀନାକି ଦାଶ, ପଦ୍ମଲୋଚନ ସାହୁ ଏବଂ ପିଣ୍ଟୁ ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ମହୋତ୍ସବର ସଫଳତା ପାଇଁ କମିଟି ପକ୍ଷରୁ ସମସ୍ତ ସାମ୍ବାଦିକ ବନ୍ଧୁ ତଥା ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସହଯୋଗ କରିବା ପାଇଁ ଅନୁରୋଧ କରାଯାଇଛି। ବରପାଲିର ଏହି ପ୍ରାଚୀନ ପରମ୍ପରାକୁ ବଜାୟ ରଖିବା ସହ ଏହାର ବ୍ୟାପକ ପ୍ରଚାର ପ୍ରସାରରେ ସହଯୋଗ କରିବା ପାଇଁ କମିଟି ପକ୍ଷରୁ ଆହ୍ୱାନ ଦିଆଯାଇଛି।
ଶୀତଳଷଷ୍ଠୀ ଯାତ୍ରା ସମୟରେ ବରପାଲିରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ସହ ସମନ୍ୱୟ ରକ୍ଷା କରାଯାଇଥିବା କମିଟି ସଦସ୍ୟମାନେ ଜଣାଇଛନ୍ତି।

More Stories
ପୁରୁଷୋତ୍ତମପୁର ଅଞ୍ଚଳରେ ଆତଙ୍କ ସୃଷ୍ଟି କରୁଛନ୍ତି ଅପରାଧୀ, ଗ୍ୟାଙ୍ଗକୁ ଠାବ କରିବା ଲାଗି ପୋଲିସ…
ଜଳୁଛି ଲକ୍ଷ୍ମୀପୁର… ଆଦିବାସୀ ଯୁବକଙ୍କୁ ଛୁରାମାଡ଼ ଘଟଣା, ଗିରଫ ଦାବିରେ ଦୋକାନ ଭାଙ୍ଗିଲେ ଆଦିବାସୀ
ମର୍ମନ୍ତୁଦ ଦୁର୍ଘଟଣା: ବାପା-ଝିଅଙ୍କ ଉପରେ ମାଡ଼ିଗଲା ଟ୍ରକ |