ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ ସମ୍ପର୍କ ରଖିବା ପରେ ତାଙ୍କୁ ଧୋକା ଦେଇଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ ଯୁବକ ଜଣକ ହେଲେ ଆର୍. ମିଟୁ । ୧୯ ବର୍ଷୀୟା ପ୍ରତାରିତା ଯୁବତୀ ଜଣକ ଦିଗପହଣ୍ଡି ଥାନାରେ ଏତଲା ଦେବାପରେ ଆଇଆଇସି କିଶୋର କୁମାର ସାମଲ ମାମଲା ନଂ.୨୪୨/୨୬ ଅନୁଯାୟୀ ଅଭିଯୁକ୍ତ ଙ୍କ ବିରୋଧରେ ବଳାତ୍କାର ମକଦ୍ଦମା ରୁଜୁ କରିଥିଲେ ।
ପ୍ରାୟ ୫ ବର୍ଷ ହେଲା ମିଟୁ ଯୁବତୀଙ୍କୁ ଭଲ ପାଉଥିଲେ । ବିବାହର ପ୍ରତିଶ୍ରୁତି ଦେଇ ସେ ଅନେକଥର ଯୁବତୀଙ୍କ ସହ ଶାରିରୀକ ସମ୍ପର୍କ ରଖିଥିଲେ। କିନ୍ତୁ ଅଭିଯୁକ୍ତ ଜଣକ ଯୁବତୀଙ୍କ ସହ ସମସ୍ତ ସମ୍ପର୍କ ଛିନ୍ନ କରିବା ସହ ବିବାହ କରିବାକୁ ରୋକ୍ ଠୋକ୍ ମନା କରି ଦେଇଥିଲେ ବୋଲି ଏତଲାରେ ଉଲ୍ଲେଖ ରହିଛି। ବ୍ରହ୍ମପୁର ବଡ଼ ଡାକ୍ତରଖାନା ରେ ଯୁବତୀଙ୍କ ଡାକ୍ତରୀ ମାଇନା କରାଯିବା ସହ ମାଜିଷ୍ଟ୍ରେଟଙ୍କ ସମ୍ମୁଖରେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଥିଲା।
ରବିବାର ତଦନ୍ତକାରୀ ଅଧିକାରୀ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଅପରାହ୍ନରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଡାକ୍ତରୀ ମାଇନା କରାଇବା ପରେ ବ୍ରହ୍ମପୁର କୋର୍ଟକୁ ଚାଲାଣ କରିଥିଲେ। ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତଙ୍କୁ ବ୍ରହ୍ମପୁର ଜେଲ ହାଜତକୁ ପଠାଇ ଦିଆଯାଇଥିବା ଜଣାପଡିଛି ।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |