କେନ୍ଦୁଝର ଜିଲା ପାଟଣା ଥାନା ଦିଗ ପଶି ଗ୍ରାମରେ ଛାତିଥରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ରବିବାର ବିଳମ୍ୱିତ ରାତିରେ ପୁଅ ଉଦ୍ଧବ ନାଏକ ବାପା ଧ୍ରୁବ ନାଏକଙ୍କୁ ଶାବଳରେ ଭୁଷି ହତ୍ୟା କରିଥିବା ଜଣା ପଡ଼ିଛି ।
ସୂଚନା ଅନୁସାରେ, ରାତିରେ ପରିବାରରେ କୌଣସି କାରଣରୁ ବଚସା ହୋଇଥିଲା । ବଚସା ଉଗ୍ର ରୂପ ନେବା ପରେ ମଦ ନିଶାରେ ପୁଅ ଏହି ଘଟଣା ଘଟାଇଛି । ଅଭିଯୁକ୍ତ ପୁଅ ଉଦ୍ଧବ ନାଏକଙ୍କୁ ପାଟଣା ଥାନା ପୋଲିସ ଅଟକ ରଖି ତଦନ୍ତ ଜାରି ରହିଛି । ଘଟଣାସ୍ଥଳରେ ପାଟଣା ଥାନା ଅଧିକାରୀ କିରଣ ପ୍ରାସାଦ ସାହୁ, ସାହାର ପଡା ଫାଣ୍ଡି ଅଧିକାରୀ ପାତ୍ର ଓରାମ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |