ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଥିବା ବେଳେ ଆଉ ୨ ଜଣଙ୍କୁ ଅଗ୍ନିଶମ କର୍ମଚାରୀ ଖୋଜୁଥିବା ସୂଚନା ମିଳିଛି।
ମିଳିଥିବା ସୂଚନା ମୁତାବକ, ତାଳଚେରସ୍ଥିତ ବ୍ରାହ୍ମଣୀ ନଦୀର ଜଗନ୍ନାଥ ମନ୍ଦିର ପାଖ ଘାଟରେ ୩ଜଣ ସାଙ୍ଗ ଗାଧୋଇବାକୁ ଯାଇଥିଲେ। ସେମାନେ ଗାଧୋଉଥିବା ବେଳେ ହେଲେ କୌରସି କାରଣ ବଶତଃ ନଦୀ ଶୁଅରେ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ପରେ ଜଣଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |