ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆସନ୍ତା ଜୁନ୍ ୧୯ ତାରିଖରେ ରାଇରଙ୍ଗପୁରରେ ପହଁଚିବେ । ଏହାର ପରଦିନ ଜୁନ୍ ୨୦ ତାରିଖରେ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀ ରାଇରଙ୍ଗପୁରେ ପହଁଚିବେ । ମାନ୍ୟବର ରାଷ୍ଟ୍ରପତି ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀ ଉଭୟ ଜୁନ ୨୦ରେ ଓଡ଼ିଶା ରାଜ୍ୟ ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଅବସରରେ ରାଇରଙ୍ଗପୁରସ୍ଥିତ ଦାଣ୍ଡବୋଷଠାରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମର ଉଦଘାଟନ ଓ ଭିତ୍ତିଭୂମି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ଏକ ସାଧାରଣ ସଭାରେ ଜନସାଧାରଣଙ୍କୁ ଉଦବୋଧନ ଦେବେ । ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ମଧ୍ୟ ଯୋଗଦେବେ । ସାଧାରଣ ସଭା ପୂର୍ବରୁ ମାନ୍ୟବର ରାଷ୍ଟ୍ରପତି ଓ ମାନ୍ୟବର ପ୍ରଧାନମନ୍ତ୍ରୀ ମଧ୍ୟ ରାଇରଙ୍ଗପୁର ସ୍ଥିତ ପାହାଡ଼ପୁର ଯାଇ ସେଠାରେ ସ୍ଥାନୀୟ କାର୍ଯ୍ୟକ୍ରମରେ ଯୋଗଦାନ ସହ ଏକ ପ୍ରଦର୍ଶନୀ ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।
ମାନ୍ୟବର ରାଷ୍ଟ୍ରପତି ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ଦୃଷ୍ଟିରେ ରଖି ଆଜି ପୂର୍ବାହ୍ଣରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷ ଠାରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଗସ୍ତ କାର୍ଯ୍ୟକ୍ରମର ସୁଚାରୁ ରୂପେ ପରିଚାଳନା ଏବଂ ସମସ୍ତ ବ୍ୟବସ୍ଥାର ସଠିକ୍ କାର୍ଯ୍ୟାନ୍ୱୟନ ନେଇ ବୈଠକରେ ମୁଖ୍ୟ ଶାସନ ସଚିବ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରି ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି ।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |