ଶନିବାର ଅପରାହ୍ନରୁ ଉପକୂଳବର୍ତ୍ତୀ ଓ ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଘଡ଼ଘଡ଼ି, ବିଜୁଳି ସହିତ ବର୍ଷା ହୋଇପାରେ। ଏହି ବର୍ଷା ଯୋଗୁଁ ରାଜ୍ୟବାସୀଙ୍କୁ ଗ୍ରୀଷ୍ମ ପ୍ରବାହରୁ ସାମୟିକ ଆଶ୍ୱସ୍ତି ମିଳିବ ବୋଲି ଆଶା କରାଯାଉଛି।
ଅନ୍ୟପଟେ, ପାଣିପାଗ ବିଭାଗ ଆସନ୍ତା ୨୪ ଘଣ୍ଟା ପାଇଁ ୨୩ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି।ଏହି ଜିଲ୍ଲାଗୁଡ଼ିକ ହେଲା: ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂପୁର, କଟକ, ସୁନ୍ଦରଗଡ, ଅନୁଗୁଳ, ଢ଼େଙ୍କାନାଳ, କେଉଁଝର, ମୟୂରଭଞ୍ଜ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ୍, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼। ଏସବୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।
ସେହିପରି, ବିଜୁଳି ଘଡ଼ଘଡ଼ି ଜନିତ ବର୍ଷା ପାଇଁ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଗୁଡ଼ିକ ହେଲା: ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେଓଗଡ଼, ସୋନପୁର, ନୂଆପଡା ଓ ବଲାଙ୍ଗିର। ଏଥିସହ, ପ୍ରବଳ ବର୍ଷା ପାଇଁ କେଉଁଝର, କନ୍ଧମାଳ ଓ କୋରାପୁଟ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ପାଣିପାଗ ବିଭାଗ ଲୋକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛି।

More Stories
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍