ଭୁବନେଶ୍ଵର: ବର୍ଷା ଯୋଗୁଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡିଶା ଗସ୍ତର ସୂଚୀ ବଦଳିପାରେ ` ବ୍ରହ୍ମପୁର ବଦଳରେ ଅନ୍ୟ କେଉଁଠି କାର୍ଯ୍ୟକ୍ରମ ହୋଇପାରେ। ୨୭ ତାରିଖରେ ପ୍ରଧାନମନ୍ତ୍ରୀ ବ୍ରହ୍ମପୁର ଗସ୍ତ କରିବାର କାର୍ଯ୍ୟକ୍ରମ ରହିଥିଲା। ସେବା ପକ୍ଷ ଅବସରରେ ସେ ସରକାରଙ୍କର ଏକ କାର୍ଯ୍ୟକ୍ରମରେ ଯୋଗଦେଇଥାନ୍ତେ। ଏନେଇ ଗତକାଲି ପୁଲିସ ଡିଜି ପ୍ରସ୍ତୁତିର ସମୀକ୍ଷା କରିଥିଲେ ।
ଏପଟେ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ମଧ୍ୟ ସମୀକ୍ଷା କରିଥିଲେ । ରଙ୍ଗେଇଲୁଣ୍ଡାରେ ଯେଉଁ ଟେଣ୍ଟ୍ ବନ୍ଧା ଯାଇଥିଲା, ତାକୁ ଖୋଲି ଦିଆଯାଉଛି । ଟେଣ୍ଟ୍ ଖୋଲିବାକୁ କର୍ମଚାରୀଙ୍କୁ ନିର୍ଦ୍ଦେଶ ଆସିଛି । କିନ୍ତୁ କୌଣସି ଅଫିସିଆଲ ନିର୍ଦ୍ଦେଶ ଆସିନଥିବା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ବର୍ଷା ସମ୍ଭାବନାକୁ ନେଇ ସେ ଗସ୍ତ ଏବେ ଘୁଞ୍ଚିଯାଇପାରେ। ବ୍ରହ୍ମପୁର ବଦଳରେ ଝାରସୁଗୁଡାରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇପାରେ।

More Stories
NEET ଛାତ୍ରୀଙ୍କୁ ଟେକିନେଇ ଗଣବଳାତ୍କାର,
ସ୍ତ୍ରୀଙ୍କ ସାମ୍ନାରେ ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରି ଜେଲ୍ ଗଲେ ବାପ-ପୁଅ
ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ,