ଓଡ଼ିଆ ଅସ୍ମିତା, ସାଂସ୍କୃତିକ ମହାଚେତନା ଓ ଆଧ୍ୟାତ୍ମର ଶ୍ରେଷ୍ଠ ପରିଚିତି ପୁରୀର ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ନିମନ୍ତେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଆଜି ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି। ଲୋକସମ୍ପର୍କ ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଚଳିତ ବର୍ଷ ରଥଯାତ୍ରାରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଉପରେ ନ୍ୟସ୍ତ ଦାୟିତ୍ୱକୁ ଶୃଙ୍ଖଳିତ ଓ ସୂଚାରୁ ରୂପେ ସମ୍ପାଦନ କରିବା ଉପରେ ଆଲୋଚନା କରାଯାଇଥିଲା। ଏହି ମର୍ମରେ ସମସ୍ତ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶର୍ମା ।
ବୈଠକରେ ଆସନ୍ତା ରଥଯାତ୍ରା ପାଇଁ ବିଭାଗ ପକ୍ଷରୁ ଆୟୋଜନ କରାଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋଚନା କରାଯାଇଥିଲା । ନିର୍ଦ୍ଦେଶକ ଶ୍ରୀ ଅନୁଜ କୁମାର ଦାସ ପଟ୍ଟନାୟକ ପ୍ରାରମ୍ଭିକ ବକ୍ତବ୍ୟ ରଖିଥିବା ବେଳେ ବୈଷୟିକ ନିର୍ଦ୍ଦେଶକ ଶ୍ରୀ ଗୁରବୀର ସିଂହ ଏବଂ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀମତୀ ସୁଚେତା ପ୍ରିୟଦର୍ଶିନୀ ଗତ ବର୍ଷ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମ ଏବଂ ଚଳିତ ବର୍ଷର ଯୋଜନା ସମ୍ପର୍କରେ ସୂଚନା ପ୍ରଦାନ କରିଥିଲେ । ପୂର୍ବ ବର୍ଷମାନଙ୍କ ଭଳି ଚଳିତ ବର୍ଷ ଆବଶ୍ୟକତା ଅନୁଯାୟୀ ପୁରୀର ବିଭିନ୍ନ ସ୍ଥାନରେ ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ ପାଇଁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଶର୍ମା ନିର୍ଦ୍ଦେଶ ଦେଇଛନ୍ତି । ସହରର ପ୍ରମୁଖ ସ୍ଥାନ ଯଥା, ସିଂହଦ୍ୱାର, ବଳଗଣ୍ଡି, ବଡ଼ଶଙ୍ଖ, ଜଗନ୍ନାଥ ବଲ୍ଲଭ ମଠ, ଦିଗବାରେଣୀ, ଗୁଣ୍ଡିଚାବାଡ଼ି, ମାଳତିପାଟପୁର, ସୁଭାଷବୋଷ ଛକ, ପାନ୍ଥଭବନ, ତାଳବଣିଆ, ରେଳ ଷ୍ଟେସନ,ଶ୍ରୀଦାଣ୍ଡ , ମାଟିଆପଡା ଛକ, ଅଠରନଳା ଏବଂ ଜଗନ୍ନାଥ ବଲ୍ଲଭ ପାର୍କିଂ ସ୍ଥଳଠାରେ ଅସ୍ଥାୟୀ ସୂଚନା କେନ୍ଦ୍ର ସ୍ଥାପନ ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି ।

More Stories
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍