ଆସନ୍ତା ୩ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସମ୍ଭାବନା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହେବ ଲଘୁଚାପ। ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ଉତ୍ତର ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ।ଏହା ପ୍ରଭାବରେ ଆଗାମୀ ୭ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧ ତାରିଖରୁ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ପ୍ରବଳ ବର୍ଷା ସମ୍ଭାବନା ଥିବା ବେଳେ ୨ ତାରିଖରୁ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

More Stories
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍