ଭୁବନେଶ୍ୱର, ୦୨/୦୭: ପିଜି ପ୍ରବେଶିକା ପରୀକ୍ଷା (କମନ୍ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬) ରେଜଲ୍ଟ ପ୍ରକାଶିତ ହୋଇଛି। ଛାତ୍ରଛାତ୍ରୀମାନେ ସାମ୍ସ ପୋର୍ଟାଲକୁ ଯାଇ ନିଜର ପରୀକ୍ଷାଫଳ ଦେଖିପାରିବେ, ଏନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମ ଲେଖାଇବା ନିମନ୍ତେ କମନ୍ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ଅନୁଷ୍ଠିତ ହୋଇଥିଲା। ଏହି ପ୍ରବେଶିକା ପରୀକ୍ଷା ପାଇଁ ୫୮,୬୧୩ଜଣ ପରୀକ୍ଷାର୍ଥୀ ଆବେଦନ କରିଥିବାବେଳେ ୫୩,୯୦୧ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ। ସର୍ବମୋଟ୍ ୫୦ଟି ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଥିଲା।
ସୂଚନାଯୋଗ୍ୟ ଯେ, ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରାଜ୍ୟର ୧୩୨ଟି ଉଚ୍ଚଶିକ୍ଷାନୁଷ୍ଠାନରେ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ୩୨,୩୦୯ଟି ସିଟ୍ ରହିଛି। ସ୍ନାତକୋତ୍ତର ପାଠ୍ୟକ୍ରମରେ ନାମଲେଖା କମନ୍ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ଆଧାରରେ କରାଯିବ। ଆଡ଼ମିଶନର ସମୟସୂଚୀ ଖୁବଶୀଘ୍ର ସାମ୍ସ ପୋର୍ଟାଲରେ ଉପଲବ୍ଧ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।

More Stories
କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି…
ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍କା
ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!