କଲ୍ୟାଣସିଂହପୁର: ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସୁନାଖଣ୍ଡି ପଞ୍ଚାୟତ ଆଲଜିନ୍ ଗୁଡ଼ା ଛକ ଶିବ ମନ୍ଦିର ସାହିରେ ଘରେ କେହି ନଥିବାର ସୁଯୋଗ ନେଇ ଦୁର୍ବୃତ୍ତମାନେ ବଡ଼ଧରଣର ଚୋରି କରିଛନ୍ତି। ଚୋରମାନେ ଘରର କବାଟ ଓ ଆଲମାରୀ ଭାଙ୍ଗି ସୁନା-ରୂପା ଗହଣା, ନଗଦ ପ୍ରାୟ ୨ ଲକ୍ଷ ଟଙ୍କା ସମେତ ଲକ୍ଷାଧିକ ଟଙ୍କାର ମୂଲ୍ୟବାନ ସାମଗ୍ରୀ ଲୁଟି ନେଇଥିବା ଅଭିଯୋଗ ହୋଇଛି।
ପରିବାର ଲୋକେ ଘରକୁ ଫେରି ତାଲା ଭଙ୍ଗା ଓ ସାମଗ୍ରୀ ବିଛିନ୍ନ ଅବସ୍ଥାରେ ଦେଖି ପୁଲିସକୁ ସୂଚନା ଦେଇଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁର୍ବୃତ୍ତମାନଙ୍କୁ ଚିହ୍ନଟ କରିବା ସହ ଚୋରି ହୋଇଥିବା ସାମଗ୍ରୀ ଉଦ୍ଧାର ପାଇଁ ପୁଲିସ ପକ୍ଷରୁ ତଦନ୍ତ ଜାରି ରହିଛି। ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟ ଓ ଆତଙ୍କର ପରିବେଶ ସୃଷ୍ଟି ହୋଇଛି।

More Stories
କ୍ୟାବିନେଟ୍ ବୈଠକରେ ବଡ଼ ନିଷ୍ପତ୍ତି; ବଦଳିବ ଏହି ବିମାନବନ୍ଦର ନାମ, ମୋଦି…
ନୋବେଲ ଶାନ୍ତି ପୁରସ୍କାର ଘୋଷଣା: ଭାରତୀୟ ବଂଶୋଦ୍ଭବଙ୍କୁ ସମ୍ମାନ, ଟ୍ରମ୍ପଙ୍କୁ ପୁଣି ଝଟ୍କା
ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!