ଝାରପଡା ଜେଲ୍ ପରେ ଚୌଦ୍ୱାର ମଣ୍ଡଳ କାରାଗାରରେ ଏଡ଼ସ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୫ ଜଣ କଏଦୀ ଏଚଆଇଭି ପଜିଟିଭ ଥିବା ଜଣାପଡିଛି । ସେମାନଙ୍କ ମଧ୍ୟରୁ ୨ ଜଣ ସଜ୍ଜା କାଟୁଥିବା ବେଳେ ୩ ଜଣ ବିଚାରାଧୀନ କଏଦୀ ବୋଲି ଜଣାପଡିଛି । ପୂର୍ବରୁ ଝାରପଡ଼ା ଜେଲ୍ରେ ୮ ଜଣ ଏକଦୀ ଏଚ୍ଆଇଭି ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।ସୂଚନା ଅନୁଯାୟୀ, ଚୌଦ୍ୱାର ମଣ୍ଡଳ କାରାଗାରରେ ଚିହ୍ନଟ ହୋଇଥିବା ଏଚ୍ଆଇଭି ଆକ୍ରାନ୍ତ କଏଦୀମାନଙ୍କୁଜେଲ୍ ଭିତରେ ଥିବା ସ୍ୱତନ୍ତ୍ର ୱାର୍ଡରେ ରଖାଯାଇଛି । ସେଠାରେ ତାଙ୍କୁ ଚିକିତ୍ସା ଯୋଗାଇ ଦିଆଯାଉଛି । ଜେଲ୍ରେ ଥିବା ଜଣେ ଡ଼ାକ୍ତର ଓ ଦୁଇ ଜଣ ଫାର୍ମାସିଷ୍ଟ ସେମାନେ ରୀତିମତ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରୁଛନ୍ତି ।
ଜେଲ୍ ସୁପରିଟେଣ୍ଡେଣ୍ଟ ସୁଜିତ୍ ରାଉଳ କହିଛନ୍ତି ଯେ, ଯେଉଁମାନେ ବିଭିନ୍ନ ମାମଲାରେ ଜେଲ୍କୁ ଆସିଥାନ୍ତି, ପ୍ରଥମେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ବିଭିନ୍ନ ପ୍ରକାରର ପରୀକ୍ଷା କରାଯାଇଥାଏ । କଏଦୀଙ୍କ ରୋଗ ଚିହ୍ନଟ ପରେ ବିଭିନ୍ନ ୱାର୍ଡକୁ ପଠାଯାଇଥାଏ ।

More Stories
ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ
ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ
୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି