ଓଡ଼ିଶାରେ ଏବେ ମୌସୁମୀ ବାୟୁ ପୂରା ସକ୍ରିୟ। ବିଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ ଡ. ସଞ୍ଜୀବ ଦ୍ୱିବେଦୀଙ୍କ ସୂଚନା ଅନୁଯାୟୀ, ଜୁନ୍ ୧ ରୁ ଜୁଲାଇ ୫ ତାରିଖ ମଧ୍ୟରେ ରାଜ୍ୟରେ ମୋଟ୍ ୨٦୫.୫ ମିଲିମିଟର ବର୍ଷା ହୋଇସାରିଲାଣି, ଯାହା ସ୍ୱାଭାବିକ ବୃଷ୍ଟିପାତଠାରୁ ୪% ଅଧିକ।ତେବେ ଆଗକୁ ବିପଦ ଏବେ ବି ଟଳିନାହିଁ। ପାଣିପାଗ ବିଭାଗ ପକ୍ଷରୁ ମୋଟ ୮ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ୧୩ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଏବଂ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଚେତାବନୀ ଜାରି କରାଯାଇଛି । ଜୁଲାଇ ୫ରୁ ୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୪୫ ରୁ ୫୫ କିମି ଏବଂ ଝଟକା ପବନର ବେଗ ୬୫ କିମି ପର୍ଯ୍ୟନ୍ତ ହୋଇପାରେ। ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ କଡ଼ା ନିର୍ଦ୍ଦେଶ ଦିଆଯାଇଛି।

More Stories
ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….
ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….
କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…