ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ ମଙ୍ଗଳବାର ସକାଳେ କୌଣସି କୀଟନାଶକ ଖାଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ଜିତେନ୍ଦ୍ର କୈାଣସି କାମଧନ୍ଦା ନ କରି ବେକାର ଥିଲେ। ଏଥି ଯୋଗୁଁ ସେ ମାନସିକ ସ୍ଥିତି ହରାଇ କୀଟ ନାଶକ ଖାଇ ଦେଇଥିଲେ। ତାଙ୍କୁ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା କୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଖବର ପାଇ ଦିଗପହଣ୍ଡି ପୋଲିସ ବଡ଼ ଡାକ୍ତରଖାନା ରେ ପହଞ୍ଚି ଥାନା ଅପମୃତ୍ୟୁ ମାମଲା ନଂ.୩୪/୨୬ ଅନୁଯାୟୀ ମୃତଦେହ ଜବତ କରିବା ସହ ସେଠାରେ ବ୍ୟବଚ୍ଛେଦ ହେବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିଲେ। ଅପରାହ୍ନରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ କରାଯାଇଛି

More Stories
ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….
ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….
କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…