ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ଗୁରୁତର ଅଭିଯୋଗ ହୋଇଛି।
ପ୍ରଧାନଶିକ୍ଷକ ଜଣକ ଜନୈକ ଶିକ୍ଷୟିତ୍ରୀଙ୍କୁ ଶାରୀରିକ ଏବଂ ମାନସିକ ନିର୍ଯାତନା ଦେବା ସହିତ ବିଭିନ୍ନ ସମୟରେ ଅସଦାଚରଣ କରୁଥିବା ନେଇ ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଏପରିକି ପୋଲିସ ସମ୍ପୃକ୍ତ ପ୍ରଧାନଶିକ୍ଷକଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଥିବା ଥାନା ପକ୍ଷରୁ କୁହାଯାଇଛି।

More Stories
ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….
ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….
କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…