ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ ଝୁଲାଇ ଦେଇଥିବା ଜଣାପଡିଛି । ଘଟଣାସ୍ଥଳରେ ବନ ବିଭାଗ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।
ତେବେ କେଉଁ ପରିସ୍ଥିତିରେ ବାଘର ମୃତ୍ୟୁ ହେଲା ସେନେଇ କୌଣସି ସଠିକ୍ ପ୍ରମାଣ ମିଳାପାରି ନାହିଁ । ସ୍ଥାନୀୟ ଲୋକେ ପ୍ରଥମେ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟ ଏକ ଗଛରେ କଲରାପତରିଆ ବାଘ ଝୁଲୁଥିବା ନେଇ ଦେଖିଥିଲେ । ଏହାପରେ ତୁରନ୍ତ ବନ ବିଭାଗକୁ ଖବର ଦେଇଥିଲେ । ଖବର ପାଇ ବନ ବିଭାଗ ଟିମ୍ ଘଟଣାସ୍ଥଳରେ ପହଞ୍ଚି ବାଘର ମୃତଦେହ ଉଦ୍ଧାର କରିଛନ୍ତି ।

More Stories
ଆଡଭାନୀଙ୍କୁ ବାସଭବନରେ ସାକ୍ଷାତ କଲେ ମୋଦି, କହିଲେ….
ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ମିଳିଲା ବଡ଼ ଦାୟିତ୍ବ, କ୍ୟାବିନେଟ୍….
କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…