ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଥିବା ବେଳେ ଅତିରିକ୍ତ ପୋଲିସ ଟିମ୍ ମୁତୟନ କରାଯାଇଛି।
ସୂଚନା ଅନୁଯାୟୀ, ବୋମା ଥିବା ନେଇ ଧମକ ମିଳିବା ପରେ ପୋଲିସ ତୁରନ୍ତ କୋର୍ଟ ପରିସରକୁ ସୁରକ୍ଷା ବଳୟ ମଧ୍ୟକୁ ନେଇଥିଲା। ପରେ ବୋମା ନିଷ୍କ୍ରିୟକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି କୋର୍ଟ ପରିସରରେ ଖୋଜାଖୋଜି ଅଭିଯାନ ଆରମ୍ଭ କରିଥିଲେ। ସନ୍ଧାନୀ କୁକୁର ଓ ଅନ୍ୟାନ୍ୟ ଉପକରଣ ସହାୟତାରେ ପରିସରର ବିଭିନ୍ନ ସ୍ଥାନରେ ଯାଞ୍ଚ କରାଯାଉଛି।
ସୁରକ୍ଷା ଦୃଷ୍ଟିରୁ କୋର୍ଟ ପରିସରରେ ପ୍ରବେଶ ଓ ଯାତାୟାତ ଉପରେ କଡ଼ା ନଜର ରଖାଯାଇଛି। ବରିଷ୍ଠଖୋ ଅଧିକାରୀମାନେ ସ୍ଥିତିର ସମୀକ୍ଷା କରୁଥିବା ବେଳେ କିଏ ଏହି ଧମକ ଦେଇଛନ୍ତି ଜାଣିବା ପାଇଁ ତଦନ୍ତ ଆରମ୍ଭ କରାଯାଇଛି।
ଶେଷ ଖବର ସୁଦ୍ଧା କୋର୍ଟ ପରିସରରୁ କୌଣସି ସନ୍ଦେହଜନକ ବସ୍ତୁ କିମ୍ବା ବିସ୍ଫୋରକ ସାମଗ୍ରୀ ଠାବ ହୋଇନଥିବା ବେଳେ ପୋଲିସ ପକ୍ଷରୁ ସଘନ ଯାଞ୍ଚ ଜାରି ରହିଛି। ତଦନ୍ତ ସରିବା ପରେ ଘଟଣା ସମ୍ପର୍କରେ ଅଧିକ ସୂଚନା ଦିଆଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି।

More Stories
ପାହାଡ଼ରୁ ନିଖୋଜ ହୋଇଥିବା ୨ ଯୁବକ ୨୦ ଘଣ୍ଟା ପରେ ଉଦ୍ଧାର
ଚୌଦ୍ୱାର ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିଲେ କାଉନସିଲର ସୁବ୍ରତ ସାମଲ, ଦର୍ଶାଇଲେ ଏହି କାରଣ
ମୁଖ୍ୟରାସ୍ତା ପାର୍ଶ୍ବରେ ମଦ ଦୋକାନ ଖୋଲିବାକୁ ବିରୋଧ, ଅବକାରୀ-ଥାନାରେ ଅଭିଯୋଗ