କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସିଜନାଲ ଷ୍ଟାଫଙ୍କ ପାଇଁ ଖୁସି ଖବର। ବୋନସ ଓ ପ୍ରୋତ୍ସାହନ ରାଶି ପ୍ରଦାନକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ।କେନ୍ଦୁପତ୍ର ମୂଲ୍ୟରେ କେରି ପିଛା ୧୦ ପଇସା, ଫାଳ ପିଛା ୨୦ ପଇସା ବୃଦ୍ଧି ।ଏଥିପାଇଁ ରାଜ୍ୟ ସରକାର ୧୦.୭୮ କୋଟି ଟଙ୍କା ଖର୍ଚ୍ଚ ବହନ କରିବେ। କେନ୍ଦୁପତ୍ର ତୋଳାଳୀଙ୍କ ପାଇଁ ୨୫% ବୋନସ, ବନ୍ଧାଳି ଓ ସିଜନାଲ ଷ୍ଟାଫଙ୍କ ପାଇଁ ୫ % ପ୍ରୋତ୍ସାହନ ରାଶି ଦିଆଯିବ। ଏଥିପାଇଁ ରାଜ୍ୟ ସରକାର ୬୪ କୋଟି ଟଙ୍କା ବହନ କରିବେ। ରାଜ୍ୟ ସରକାର ସମୁଦାୟ ୭୪.୭୮ କୋଟି ଟଙ୍କା ଖର୍ଚ୍ଚ କରିବେ।

More Stories
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍