ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି । ମୃତ ଯୁବକ ଜଣକ ହେଉଛନ୍ତି ରାଧାକୃଷ୍ଣପଡ଼ାର ସନ୍ତୋଷ ପଟେଲଙ୍କ ପୁତ୍ର ସୁଶାନ୍ତ ପଟେଲ (୩୪)।
ମିଳିଥିବା ସୂଚନା ଅନୁଯାୟୀ, ସୁଶାନ୍ତ ଜମନକିରାର ଏକ ପୋଖରୀକୁ ସୋମବାର ଗାଧୋଇ ଯାଇଥିବା ବେଳେ କୌଣସି କାରଣବଶତଃ ପାଣିରେ ବୁଡ଼ି ଯାଇଥିଲେ। ପରିବାର ଲୋକ ବହୁ ଖୋଜାଖୋଜି କଲାପରେ ମଧ୍ୟ କୌଣସି ଖୋଜ ଖବର ମିଳିନଥିଲା। ଆଜି ସ୍ଥାନୀୟ ଲୋକେ ମୁଖ୍ୟାଛକ ସ୍ଥିତ ଏକ ପୋଖରୀରେ ଶବ ଭାସୁଥିବା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପୋଲିସ ଉଦ୍ଧାର କରିଥିଲେ ହେଁ, ସେତେବେଳକୁ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଗଭୀର ଶୋକର ଛାୟା ଖେଳିଯାଇଛି। ପୋଲିସ ଏହି ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଛେଦ ପାଇଁ କୁଚିଣ୍ଡାକୁ ପଠାଇ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି।

More Stories
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍