ରାଜଧାନୀ ଭୁବନେଶ୍ୱରର ଶାସ୍ତ୍ରୀ ନଗରରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ମାମଲାରେ କମିଶନରେଟ୍ ପୋଲିସ ବଡ଼ ସଫଳତା ପାଇଛି। ଦୁର୍ଘଟଣା ଘଟାଇ ଜଣଙ୍କ ମୃତ୍ୟୁର କାରଣ ହୋଇଥିବା କିଲର କାର୍ ଚାଳକ ସୌମ୍ୟ ରଞ୍ଜନ ରଥଙ୍କୁ ପୋଲିସ ଗିରଫ କରିଛି।
ଏ ନେଇ ଜୋନ-୧ ଏସିପି ରମେଶ ବିଷୋୟୀ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ, ଅଭିଯୁକ୍ତ ସୌମ୍ୟ ରଞ୍ଜନ ରଥ ଜଣେ ଆଇନ ଛାତ୍ର ଏବଂ ଦୁର୍ଘଟଣା ସମୟରେ ସେ ମଦ୍ୟପାନ କରି କାର୍ ଚଳାଉଥିଲେ।
ପୋଲିସ ସୂଚନା ଅନୁସାରେ, ରାସ୍ ଡ୍ରାଇଭିଂ ଓ ଡ୍ରଙ୍କନ ଡ୍ରାଇଭ୍ ମାମଲାରେ ତାଙ୍କୁ ଗିରଫ କରାଯାଇଛି । ଏହି ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟମାନେ ମଧ୍ୟ ଆହତ ହୋଇଥିଲେ। ପୋଲିସ ତାଙ୍କୁ ଗିରଫ କରି କୋର୍ଟଚାଲାଣ ପାଇଁ ପ୍ରକ୍ରିୟା ଜାରି ରଖିଛି।

More Stories
ହସ୍ପିଟାଲ ଯାଉଥିବା ବେଳେ ନାବାଳିକାଙ୍କୁ ଟେକିନେଲେ ଦୁର୍ବୃତ୍ତ, କାର୍ ଭିତରେ ଗଣବଳାତ୍କାର କରି…
ଶ୍ୱଶୁର ହେଲେ ରକ୍ତମୁଖା: ଲୁହାରଡ୍ରେ ପିଟିପିଟି ଜ୍ୱାଇଁଙ୍କୁ ମାରିଦେଲେ
ସରପଞ୍ଚଙ୍କୁ ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ୍