January 25, 2026

Now Odisha

Now Odisha

ବିଧାନସଭା ଘେରାଉ: ବ୍ୟାରିକେଡ ଭାଙ୍ଗିଲେ ବିଜେଡି କର୍ମୀ…

Spread the love

ଭୁବନେଶ୍ୱର: ବିଧାନସଭା ସମ୍ମୁଖରେ ବିଜେଡିର ଜୋରଦାର ବିକ୍ଷୋଭ । ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଅଭିଯୋଗରେ  ବିଧାନସଭା ଘେରାଉ କରିଛି ବିଜେଡି  । ଲୋୟର ପିଏମଜିରେ ବିଜେଡିର ବରିଷ୍ଠ ନେତା ଓ ପଞ୍ଚାୟତ ପ୍ରତିନିଧି ମାନେ ଏକାଠି ହୋଇ ପ୍ରଥମ ବ୍ୟାରିକେଡ ଭାଙ୍ଗି ଦ୍ୱିତୀୟ ବ୍ୟାରିକେଡ ଭାଙ୍ଗିବାକୁ ପ୍ରୟାସ କରୁଥିବା ବେଳେ ପୁଲିସ ସେମାନଙ୍କୁ ଅଟକାଇଛି ।
ବ୍ୟାରିକେଡ ଭାଙ୍ଗି ବିଧାନସଭା ଆଡକୁ ଅଗ୍ରସର ହେଉଥିବା ବେଳେ ବିଜେଡି କର୍ମୀ ଓ ପୁଲିସ ମୁହାଁମୁହିଁ ହୋଇଛନ୍ତି । କିଛି ଆନ୍ଦୋଳନକାରୀଙ୍କୁ ପୁଲିସ ଉଠାଇ ନେଇଥିବା ସୂଚନା ମିଳିଛି  । ବିକ୍ଷୋଭରେ ସରପଞ୍ଚ, ୱାର୍ଡମେମ୍ବର ଓ ଜିଲ୍ଲା ପରିଷଦ ପ୍ରତିନିଧିମାନେ ସାମିଲ ହୋଇ ବିକ୍ଷୋଭ କରିଛନ୍ତି ।

error: Content is protected !!