ଭୁବନେଶ୍ୱର: ବିଧାନସଭା ସମ୍ମୁଖରେ ବିଜେଡିର ଜୋରଦାର ବିକ୍ଷୋଭ । ପଞ୍ଚାୟତିରାଜ ବ୍ୟବସ୍ଥାରେ ଜନ ପ୍ରତିନିଧିଙ୍କ କ୍ଷମତାକୁ ସଙ୍କୁଚିତ କରିବା ଅଭିଯୋଗରେ ବିଧାନସଭା ଘେରାଉ କରିଛି ବିଜେଡି । ଲୋୟର ପିଏମଜିରେ ବିଜେଡିର ବରିଷ୍ଠ ନେତା ଓ ପଞ୍ଚାୟତ ପ୍ରତିନିଧି ମାନେ ଏକାଠି ହୋଇ ପ୍ରଥମ ବ୍ୟାରିକେଡ ଭାଙ୍ଗି ଦ୍ୱିତୀୟ ବ୍ୟାରିକେଡ ଭାଙ୍ଗିବାକୁ ପ୍ରୟାସ କରୁଥିବା ବେଳେ ପୁଲିସ ସେମାନଙ୍କୁ ଅଟକାଇଛି ।
ବ୍ୟାରିକେଡ ଭାଙ୍ଗି ବିଧାନସଭା ଆଡକୁ ଅଗ୍ରସର ହେଉଥିବା ବେଳେ ବିଜେଡି କର୍ମୀ ଓ ପୁଲିସ ମୁହାଁମୁହିଁ ହୋଇଛନ୍ତି । କିଛି ଆନ୍ଦୋଳନକାରୀଙ୍କୁ ପୁଲିସ ଉଠାଇ ନେଇଥିବା ସୂଚନା ମିଳିଛି । ବିକ୍ଷୋଭରେ ସରପଞ୍ଚ, ୱାର୍ଡମେମ୍ବର ଓ ଜିଲ୍ଲା ପରିଷଦ ପ୍ରତିନିଧିମାନେ ସାମିଲ ହୋଇ ବିକ୍ଷୋଭ କରିଛନ୍ତି ।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…