July 20, 2026

Now Odisha

Now Odisha

ଜଗା ମଥାରେ ଝଟକିଲା ଟାହିଆ, ଜନ୍ମବେଦିକୁ ବିଜେ କଲେ ମହାପ୍ରଭୁ

Spread the love

 ମହାପ୍ରଭୁ ଜଗନ୍ନାଥଙ୍କ ମଥାରେ ଝଟକିଲା ଟାହିଆ। ଆଡ଼ପ ବିଜେରେ ମହାପ୍ରଭୁ ମସ୍ତକରେ ତୁଳସୀ, ସୋଲ ଏବଂ ବିଭିନ୍ନ ଫୁଲରେ ନିର୍ମିତ ଟାହିଆ ମଣ୍ଡିତ ହୋଇ ଭକ୍ତଜନଙ୍କୁ ଆକର୍ଷଣ କରିଥିଲେ। ମହାପ୍ରଭୁ ଗୋଟି ପହଣ୍ଡିରେ ରଥରୁ ସଅଳ ଆଗେଇ ଆସି ଭଉଣୀ, ଭାଇଙ୍କ ସହ ଆଡ଼ପ ମଣ୍ଡପରେ ବିଜେ କରିଛନ୍ତି।ପ୍ରଥମେ ଶ୍ରୀରାମ, ଶ୍ରୀକୃଷ୍ଣ ଓ ମଦନମୋହନ ଆଡ଼ପ ମଣ୍ଡପକୁ ବିଜେ କରିଥିଲେ। ପରେ ପ୍ରଭୁ ସୁଦର୍ଶନ, ବଡ଼ଠାକୁର ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଏବଂ ଶେଷରେ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ଜନ୍ମବେଦିକୁ ବିଜେ କରିଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥ ଟାହିଆ ଲଗେଇ ଝୁଲିଝୁଲି ଗୁଣ୍ଡିଚା ବାଡିରେ ପ୍ରବେଶ କରିଥିଲେ।ଘଣ୍ଟଘଣ୍ଟା, ହରିବୋଲ, ହୁଳହୁଳି, ଜୟ ଜଗନ୍ନାଥ ଧ୍ବନିରେ ପ୍ରକମ୍ପିତ ହୋଇଉଠିଥିଲା ଶ୍ରୀକ୍ଷେତ୍ର। ପହଣ୍ଡି ସନ୍ଧ୍ୟା ପ୍ରାୟ ୮ଟାରେ ଆରମ୍ଭ ହୋଇଥିଲା। ରାତି ୧୦ଟା ୪୦ ସୁଦ୍ଧା ମହାପ୍ରଭୁ ଶ୍ରୀଜଗନ୍ନାଥ ଗୁଣ୍ଡିଚା ବାଡିରେ ପ୍ରବେଶ କରିଥିଲେ। ଭକ୍ତମାନେ ରବିବାରଠାରୁ ଆଡ଼ପ ମଣ୍ଡପରେ ଦର୍ଶନ କରିବାର ସୌଭାଗ୍ୟ ପାଇବେ।

error: Content is protected !!