ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିରୁ ଏକ ଦୁଃଖଦ ଖବର ଆସିଛି


ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିରୁ ଏକ ଦୁଃଖଦ ଖବର ଆସିଛି। ତାମିଲ ଏବଂ ମାଲାୟାଲମ ସିନେମାରେ କାମ କରୁଥିବା ଅଭିନେତା ଡାନିଏଲ ବାଲାଜୀଙ୍କ ଦେହାନ୍ତ ହୋଇଛି। ସୂଚନା ଅନୁସାରେ ତାଙ୍କ ମୃତ୍ୟୁ ହୃଦ୍‌ଘାତ ଜନିତ ବୋଲି କୁହାଯାଉଛି। ୪୮ ବର୍ଷିୟ ଡାନିଏଲଙ୍କ ଛାତିରେ ଗଭୀର ଯନ୍ତ୍ରଣା ଅନୁଭବ ହେବା ପରେ ତାଙ୍କୁ ଚେନ୍ନାଇର କୋଟିଭକ୍କାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ତାଙ୍କୁ ବଞ୍ଚାଇବା ସମ୍ଭବ ହୋଇନଥିଲା। ଶୁକ୍ରବାର ଡାକ୍ତରଖାନାରେ ତାଙ୍କର ମୃତ୍ୟୁ ଘଟିଛି। ଅଧିକାଂଶ ଚଳଚ୍ଚିତ୍ରରେ ଡାନିଏଲ୍ ଭିଲେନ୍ ଭୂମିକାରେ ଅଭିନୟ କରିଥିଲେ ଏବଂ ନକାରାତ୍ମକ ଚରିତ୍ରରେ ଅଭିନୟ କରି ତାଙ୍କ ପ୍ରଶଂସକଙ୍କ ପାଖରେ ବେସ ପରିଚିତ ଥିଲେ।


error: Content is protected !!