କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ ଥିବା ଏଚ୍ଏଚ୍ଜି ମହିଳାଙ୍କ ୩ ମାସର ବକେୟା ବିଲ କରେଇ ଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ସେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି। ବର୍ତ୍ତମାନ ତାଙ୍କ ଭବାନୀପାଟଣାସ୍ଥିତ ଭଡ଼ା ଘରେ ମଧ୍ୟ ଚଢ଼ାଉ ଜାରି ରଖିଛି ଭିଜିଲାନ୍ସ। ଏଥିରେ ଜୟପୁର ଭିଜିଲାନ୍ସ ଏସପିଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍ ସାମିଲ ଅଛନ୍ତି। ସେହିପରି ଅଭିଯୁକ୍ତ ପ୍ରିନ୍ସିପାଲ ରଣାଙ୍କୁ ଭବାନୀପାଟଣା ଭିଜିଲାନ୍ସ ଅଫିସକୁ ଆଣି ଅଟକ ରଖି ଅଧିକ ପଚରାଉଚରା କରୁଛି ଭିଜିଲାନ୍ସ ଟିମ୍।

More Stories
ଚାଇନା ପରେ ଭାରତ ତିଆରି କରୁଛି ସୂର୍ଯ୍ୟ, ୨୦କୋଟି ଡିଗ୍ରୀର ମହାପ୍ରୟୋଗ, ବିଶ୍ୱରେ ଚହଳ!
WHOରୁ ଇସ୍ତଫା ଦେଲେ ଶେଖ୍ ହାସିନାଙ୍କ ଝିଅ, ଇସ୍ତଫାପତ୍ରରେ ଲେଖିଲେ ଏହି ବଡ଼ କାରଣ…
ୟୁଏଇ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶାରେ ହେବ…