ଉତ୍ତର ଓଡ଼ିଶାରେ ଗତ ୨୪ ଘଣ୍ଟାରେ ବାଦଲ ଫଟା ବର୍ଷା ହୋଇଛି। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା ଓ ବୈତରଣୀରେ ବନ୍ୟା ଆଶଙ୍କା। ଏନେଇ ଜଳ ସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସାଳନ୍ଦୀ, ଜଳକା ଓ ବୈତରଣୀରେ ବନ୍ୟା ଆଶଙ୍କା କରାଯାଉଛି। ହେଲେ ମହାନଦୀ ଅବବାହିକାରେ ବନ୍ୟା ଆଶଙ୍କା ନାହିଁ। ବୈତରଣୀ ପାଇଁ ଚାନ୍ଦବାଲି, ଧାମନଗର, ଯାଜପୁର ପ୍ରଭାବିତ ହେବ। ଜଳକା ପାଇଁ ବସ୍ତା ଓ ବାଲେଶ୍ବର ସଦର ପ୍ରଭାବିତ ହେବ।
ସେପଟେ ସ୍ଥଳଭାଗ ଅତିକ୍ରମ କଲା ଗଭୀର ଅବପାତ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଦୀଘା ନିକଟତର ହୋଇ ସ୍ଥଳଭାଗ ଅତିକ୍ରମ କରିଛି। ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ଆସନ୍ତା ୨୪ ଘଣ୍ଟାରେ ଉତ୍ତର ଓ ଅଗ୍ରସର ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

More Stories
ହାଟଡିହୀରେ ରୋମିଓଙ୍କ ହାଇଭୋଲଟେଜ୍ ଡ୍ରାମା: ଗିଫ୍ଟ ଫେରାଇ ବ୍ଲକ୍ କରିବାରୁ ଛାତ୍ରୀଙ୍କୁ ପିଟିଲେ ‘ଇନଷ୍ଟା ଆଶିକ୍’
ସାମାନ୍ୟ କଥାରୁ କୁରାଢ଼ି ଚୋଟ: ଗୁରୁତର ବୃଦ୍ଧଙ୍କୁ ଚିକିତ୍ସା କରିବା ସମୟରେ ଛୁଞ୍ଚି-ସୂତା ଅଭାବ, ବାହାରୁ କିଣି ଚିକିତ୍ସା କଲେ ଡାକ୍ତର |
ସମିତିସଭ୍ୟଙ୍କଠାରୁ ସୁନା ଚେନ୍ ଛଡ଼ାଇ କରିଥିଲେ ହତ୍ୟା ଉଦ୍ୟମ |