ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ କରାଯାଇଛି। ମହାନଦୀରେ ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଥିବାରୁ ଜନସାଧାରଣଙ୍କ ସୁରକ୍ଷା ଦୃଷ୍ଟିରୁ ପ୍ରଶାସନ ପକ୍ଷରୁ ଏହି କଟକଣା ଜାରି କରାଯାଇଛି।
ଉପରମୁଣ୍ଡରେ ବର୍ଷା ଏବଂ ଜଳଭଣ୍ଡାରରୁ ଜଳ ନିଷ୍କାସନ ହେତୁ ମହାନଦୀରେ ଜଳପ୍ରବାହ ବଢ଼ିବାରେ ଲାଗିଛି। ମହାନଦୀ ଗର୍ଭରେ ଜଳସ୍ତର ବଢ଼ିବା ଯୋଗୁ ପୀଠକୁ ସଂଯୋଗ କରୁଥିବା ରାସ୍ତା ଓ ଆଖପାଖର ତଳିଆ ଅଞ୍ଚଳଗୁଡ଼ିକ ପ୍ରଭାବିତ ହେବାର ଆଶଙ୍କା ରହିଛି। ତେଣୁ ସମ୍ଭାବ୍ୟ ବିପର୍ଯ୍ୟୟକୁ ଏଡ଼ାଇବା ପାଇଁ ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଏହି ୪୮ ଘଣ୍ଟା ସମୟ ମଧ୍ୟରେ କୌଣସି ବି ଶ୍ରଦ୍ଧାଳୁଙ୍କୁ ପୀଠକୁ ପ୍ରବେଶ ଅନୁମତି ଦିଆଯିବ ନାହିଁ। ପ୍ରଶାସନ ପକ୍ଷରୁ ସମସ୍ତ ଭକ୍ତ ଓ ଶ୍ରଦ୍ଧାଳୁଙ୍କୁ ଏହି ନିୟମକୁ ମାନି ପୀଠକୁ ନ ଯିବାକୁ ଅନୁରୋଧ କରାଯାଇଛି।

More Stories
ଶାରୀରିକ ସମ୍ପର୍କ ନ ରଖିଲେ ମାରିଦେବି ସ୍ବାମୀକୁ
ହୁମାରେ ବଡ଼ ଧରଣର ସିରିଜ୍ ଚୋରି: ସୁନା ଅଳଙ୍କାର ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
ଯୁବତୀଙ୍କୁ ବିବାହ କରିବା ପରେ ତଳକୁ ଓହ୍ଲାଇବି….ପ୍ରେମ ପାଇଁ ହାଇଡ୍ରାମା, ମନ୍ଦିର ଉପରକୁ ଚଢ଼ି ଦେଲେ ଧମକ