ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା ଟାଙ୍କିରେ ପଡି ଦୁଇ ନିଷ୍ପାପ ଶିଶୁଙ୍କ ଜୀବନ ଚାଲିଯାଇଛି । ଏହାପରେ କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ ।
ସୂଚନା ଅନୁସାରେ, କାଦୋଡିହା ଗ୍ରାମର ଶମ୍ବୁ ଭୂମିଜୀଙ୍କ ଦୁଇଟି ଝିଅ(୫ବର୍ଷ, ତିନି ବର୍ଷ) ଖେଳୁ ଥିବା ବେଳେ ଅସାବଧାନତା ଯୋଗୁଁ ଖୋଲା ଥିବା ପାଇଖାନା ଟାଙ୍କିରେ ପଡିଯାଇଥିଲେ ।ଏହାପରେ ଅଣନିଶ୍ୱାସ ହୋଇ ପଡ଼ିଥିଲେ । ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି କୋଇଡା ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ ।

More Stories
ପିକ୍ଅପ୍ରେ ଚାଲାଣ ହେଉଥିଲେ ୭୫ ଛେଳି, ମାଡ଼ି ବସିଲା ପୋଲିସ
ନକଲି ଫେସ୍ବୁକ୍ ଆଇଡିରେ ଠକି ନେଇଥିଲେ ୨୫ ଲକ୍ଷ ଟଙ୍କା, ୩ ଭଉଣୀଭାଇଙ୍କୁ ବାନ୍ଧିଲା ସାଇବର ପୋଲିସ
ପାସପୋର୍ଟ ନିୟମରେ ବଡ଼ ପରିବର୍ତ୍ତନ