କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।
ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ମାମଲା (ନଂ. ୫୯/୨୦୨୬) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଅଭିଯୋଗ ଅନୁସାରେ, ଗୁରୁବାର ଶାଶୁ କୌଣସି ଏକ କାର୍ଯ୍ୟରେ ନିକଟସ୍ଥ ବଜାରକୁ ଯାଇଥିଲେ। କାର୍ଯ୍ୟ ସାରି ଫେରିବା ପରେ ଘରେ ପହଞ୍ଚି ବୋହୁ ନ ଥିବା ଦେଖିଥିଲେ। ଶାଶୁ ଘର ଲୋକ ବିଭିନ୍ନ ସ୍ଥାନରେ ଖୋଜାଖୋଜି କରିବା ପରେ ବି ପାଇ ନ ଥିଲେ। ସୂଚନାଯୋଗ୍ୟ, ନିଖୋଜ ମହିଳାଙ୍କ ସ୍ବାମୀ ବାହାର ରାଜ୍ୟରେ ରହି କାର୍ଯ୍ୟ କରନ୍ତି। ମହିଳା ନିଖୋଜ ଘଟଣାକୁ ନେଇ ନାନା ଚର୍ଚ୍ଚା ହେଉଛି।

More Stories
ଘରୋଇ କଳିର କରୁଣ ପରିଣତି, ବାପର କାଠ ଫାଳିଆ ମାଡ଼ରେ ପୁଅର ମୃତ୍ୟୁ
ପଟ୍ଟନାୟକ ପୋଖରୀ ନବୀକରଣରେ ୫୫.୬୯ ଲକ୍ଷ ଟଙ୍କାର ଦୁର୍ନୀତି: ପୂର୍ବତନ ଯନ୍ତ୍ରୀ-ଏମ୍ଇ-ଠିକାଦାର ଗିରଫ
ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’