ଆଜି ଓ ଆସନ୍ତାକାଲି ବର୍ଷା ହେବାର ପୂର୍ବାନୁମାନ କରିଛି କରିଛି ପାଣିପାଗ ବିଭାଗ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ପଶ୍ଚିମା ଝଡ ପ୍ରଭାବରେ ବାୟୁମଣ୍ଡଳରେ ସୃଷ୍ଟ ନିମ୍ନ ଚାପରେଖା ଓ ଗୁରୁଚାପ ପ୍ରଭାବରେ ଅନେକ ସ୍ଥାନରେ ବିଜୁଳି ଘଡଘଡି ଜନିତ ବର୍ଷା ସହ କୂଆପଥର ବର୍ଷାର ସମ୍ଭାବନା ରହିଛି । ଝଡି ପବନ ସହ ଏହି ସମୟରେ ୪୦ରୁ ୫୦ କିଲୋମିଟର ପବନ ବହିବାର ପୂର୍ବାନୁମାନ କରିଛି ବିଭାଗ*।*କୁଆପଥର ବର୍ଷାକୁ ନେଇ ୮ ଜିଲ୍ଲା ଯେପରିକି ଢେଙ୍କାନାଳ, ନୟାଗଡ , ଅନୁଗୁଳ କଟକ , ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାରେ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରିକରିଛି ବିଭାଗ। ବିଜୁଳି ଘଡଘଡି ବର୍ଷା ପାଇଁ ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ଼ , ସୋନପୁର , ବୌଦ୍ଧ ଓ ସମ୍ବଲପୁର ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆସନ୍ତାକାଲି ରାଜ୍ୟର ଅନେକ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ବିଜୁଳି ଘଡଘଡି ବର୍ଷା ସହ ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବା ବେଳେ ୧୨ ଜିଲ୍ଲା – ମୟୁରଭଞ୍ଜ, ଅନୁଗୁଳ , ଦେଓଗଡ, କେନ୍ଦୁଝର, ସମ୍ବଲପୁର, ସୋନପୁର, ନୟାଗଡ, ଗଞ୍ଜାମ, ଗଜପତି, କନ୍ଧମାଳ , ରାୟଗଡା ଓ କଳାହାଣ୍ଡି ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
More Stories
କିଏ ଏହି ରେଭେନ୍ସା ? କାହିଁକି ତାଙ୍କ ନାମରେ ନାମିତ ହୋଇଛି ବିଶ୍ୱବିଦ୍ୟାଳୟ ? ଜାଣନ୍ତୁ…
ବଢ଼ିଲା କମର୍ସିଆଲ ଗ୍ୟାସ ଦର
ଆଜିଠାରୁ ସୁଭଦ୍ରା ଯୋଜନାର ପଞ୍ଜୀକରଣ