August 8, 2026

Now Odisha

Now Odisha

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

Spread the love

ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ। ଇତିମଧ୍ୟରେ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ଆସନ୍ତା ସପ୍ତାହ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ଅପରପକ୍ଷେ ଅଗଷ୍ଟ ୧୨ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ଆକଳନ କରାଯାଇଛି। ଏହା ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଶନିବାର ବଡ ବର୍ଷା ହେବା ନେଇ ସୂଚନା ଦିଆଯାଇଛି।

ବିଶେଷକରି ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାରେ ପ୍ରବଳକୁ ଅତି ପ୍ରବଳ ବର୍ଷା ହେବା ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଏବଂ ବଲାଙ୍ଗୀର ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏଥିସହିତ ସମଗ୍ର ରାଜ୍ୟକୁ ଘଡ଼ଘଡ଼ି ବିଜୁଳି ସହ ଝଡ଼ବର୍ଷା ନେଇ ସତର୍କ କରାଯାଇଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି

error: Content is protected !!