ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ପ୍ରଭାବରେ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ରର ତଥ୍ୟ ଅନୁଯାୟୀ, ରବିବାର ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼ ଏବଂ ସମ୍ବଲପୁର ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲାର କିଛି ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହିତ ଝଡ଼ବର୍ଷା ହେବା ନେଇ ସତର୍କତା ଜାରି କରାଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ରବିବାର ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

More Stories
ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ
ବସଷ୍ଟାଣ୍ଡ ନାହିଁ, ରାଜପଥରେ ‘ଆମ ବସ’ ପାର୍କିଂ ଯୋଗୁ ବଢୁଛି ଟ୍ରାଫିକ ସମସ୍ୟା
ଅଗ୍ନି-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ