— ବିହାର ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର କରିଛି ବିଜେପି । ବିହାର ସମେତ ତିନୋଟି ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ଏବଂ ସହ ମୁଖପାତ୍ର ନିଯୁକ୍ତ କରିଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିହାର ନିର୍ବାଚନ ପାଇଁ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି । ଏହାସହିତ ସି.ଆର ପାଟିଲଙ୍କୁ ସହ ମୁଖପାତ୍ର ଏବଂ ୟୁପି ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କୁ ସହ ପ୍ରଭାବରୀ ନିଯୁକ୍ତି ଦେଇଛି ଦଳ ।
ବିଜେପି ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂହ ଆଜି ଏକ ଚିଠି ଜାରି କରି ନୂତନ ପଦାଧିକାରୀଙ୍କୁ ତୁରନ୍ତ ନିଯୁକ୍ତି ଦେବାକୁ ନିର୍ଦେଶ ଦେଇଥିଲେ । ବିହାର ନିର୍ବାଚନ ବ୍ୟତୀତ ବିଜେପି ପଶ୍ଚିମବଙ୍ଗ ଏବଂ ତାମିଲନାଡୁ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି । ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କୁ ନିର୍ବାଚନ ପ୍ରଭାରୀ ନିଯୁକ୍ତ କରାଯାଇଛି । ସାଂସଦ ବିପ୍ଳବ ଦେବଙ୍କୁ ସହ-ପ୍ରଭାରୀ ନିଯୁକ୍ତ କରାଯାଇଥିବା ବେଳେ ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ନିର୍ବାଚନ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି । ରାଜ୍ୟମନ୍ତ୍ରୀ ମୁରଲୀଧର ମାହୋଲଙ୍କୁ ସହ ପ୍ରଭାରୀ ଭାବେ ନିଯୁକ୍ତ କରିଛି ଦଳ ।

More Stories
ପୋଖରୀରେ ପଡି ଶିଶୁ ମୃତ |
ଏଲପିଜି ନିୟନ୍ତ୍ରଣ ଆଦେଶ ପିଏନଜି ସଂଯୋଗ ଥିବା ଉପଭୋକ୍ତାଙ୍କ ଦ୍ୱାରା ଏଲପିଜି ସଂଯୋଗ ତ୍ୟାଗକୁ ବାଧ୍ୟତାମୂଳକ କରିଛି |
ଘୂର୍ଣ୍ଣିଝଡ଼ ତାଣ୍ଡବ: ୨ ମୃତ |