ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଥିବାବେଳେ ସନ୍ଧ୍ୟା ସୁଦ୍ଧା ବାରିପଦାଠାରୁ ୧୮୦କି.ମି. ଦୂରରେ କେନ୍ଦ୍ରୀଭୂତ ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତଟି ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଆଗକୁ ବଢ଼ିବା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷେ ମୌସୁମୀ ଟ୍ରଫ୍ ବର୍ତ୍ତମାନ ଫିରୋଜପୁର, ବରେଲୀ, ସୁଲତାନପୁର, ଡାଲଟନଗଞ୍ଜ ଦେଇ ପଶ୍ଚିମବଙ୍ଗ ଉପକୂଳରେ ଥିବା ଅବପାତର କେନ୍ଦ୍ରସ୍ଥଳ ଏବଂ ସେଠାରୁ ଦକ୍ଷିଣ-ପୂର୍ବ ଦିଗକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଏହା ପ୍ରଭାବରେ ଓଡ଼ିଶାରେ ଭୀଷଣ ବର୍ଷା ଆରମ୍ଭ ହୋଇଛି। ତେବେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଜାରି ରହିବ ଓ ଶୁକ୍ରବାର ୧୩ ଜିଲାରେ ବର୍ଷା ପାଇଁ ସତର୍କ କରିଛି ପାଣିପାଗ କେନ୍ଦ୍ର।
ତେବେ ଶୁକ୍ରବାର ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼ ଏବଂ ସମ୍ବଲପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଏବଂ ବଲାଙ୍ଗୀର ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏଥିସହ ବାଲେଶ୍ୱର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଏବଂ ବଲାଙ୍ଗୀର ଜିଲାରେ ଝଡ଼ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।

More Stories
୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…
LACରେ ତିକ୍ତତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…
ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍ ଓ୍ବାର୍ନିଂ ଜାରି