ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର ଅଞ୍ଚଳର ୭୫ ବର୍ଷୀୟ ନୀଳକଣ୍ଠ ଦାସ।
ସୂଚନା ଅନୁସାରେ, ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ପାଇଁ ଶ୍ରୀକ୍ଷେତ୍ରକୁ ଆସିଥିବା ନୀଳକଣ୍ଠ ଶନିବାର ଦିନ ମନ୍ଦିରରେ ବାହାର କାଠ ଦର୍ଶନ କରୁଥିବା ସମୟରେ ହଠାତ୍ ଚେତାଶୂନ୍ୟ ହୋଇପଡ଼ିଥିଲେ। ଘଟଣା ପରେ ତୁରନ୍ତ ତାଙ୍କୁ ଉଦ୍ଧାର କରାଯାଇ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ଡାକ୍ତର ତାଙ୍କୁ ପରୀକ୍ଷା କରି ମୃତ ଘୋଷଣା କରିଥିଲେ। ମହାପ୍ରଭୁଙ୍କ ଦର୍ଶନ ସମୟରେ ଏଭଳି ଭାବେ ପ୍ରାଣ ଯିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଏବଂ ପରିବାରବର୍ଗଙ୍କ ମଧ୍ୟରେ ଗଭୀର ଶୋକର ଛାୟା ସୃଷ୍ଟି କରିଛି।

More Stories
ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ
ରାଜ୍ୟସ୍ତରୀୟ ପଦକ ପ୍ରଦାନ ଉତ୍ସବ
OAS ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ମୁଖ୍ୟମନ୍ତ୍ରୀ କଲେ ବଡ଼ ଘୋଷଣା