କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭ ବର୍ଷର ନାବାଳକଙ୍କ ମୃତୁ ହୋଇଛି। ମୃତ ନାବାଳକଙ୍କ ନାମ ଲାଗେସ ମାଝୀ ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ,ରାତିରେ ଶୋଇଥିବା ସମୟରେ ନାବାଳକଙ୍କୁ ଏକ ବିଷାକ୍ତ ସାପ କାମୁଡା ଦେଇଥିଲା। ଏହାପରେ ପରିବାର ଲୋକେ ତାଙ୍କୁ ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସା ପରେ ବି ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ନ ଆସିବାରୁ ସଙ୍କଟାପର୍ଣ୍ଣ ଅବସ୍ଥାରେ ଭବାନୀପାଟଣାସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା।ହେଲେ ସେଠାରେ ଡାକ୍ତର ନାବାଳକଙ୍କୁ ମୃତ ଘୋଷଣା କରିଥିଲେ।

More Stories
ନିଦ ବଟିକା ଖୁଆଇବା ପରେ କରେଣ୍ଟ ଦେଇ ସ୍ବାମୀଙ୍କୁ ହତ୍ୟା
ଭଞ୍ଜନଗରରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାକୁ ବଳାତ୍କାର ଉଦ୍ୟମ, ଅଭିଯୁକ୍ତ ବାପାଙ୍କୁ ମାଂସ ପାଇଁ ପଠାଇ ଝିଅକୁ…
ବ୍ୟବସାୟୀ ଅପହରଣ ମାମଲା: ମହିଳା ପୋଲିସ ସବ୍ଇନ୍ସପେକ୍ଟରଙ୍କ ସହ ଜଣେ ସାମ୍ବାଦିକ ଗିରଫ, ୪କୁ ବୃଦ୍ଧି ପାଇଲା ସଂଖ୍ୟା