August 21, 2026

Now Odisha

Now Odisha

ସୁଡ଼ଙ୍ଗ ଭିତରେ ୨ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୪ମୃତ, ୭ ଆହତ

Spread the love

କିରାତପୁର-ମନାଲି ଜାତୀୟ ରାଜପଥ ଦାଓ୍ବାଡ଼ା ସୁଡ଼ଙ୍ଗ ଭିତରେ ଦୁଇଟି ଟ୍ରକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ହୋଇଛି ଏବଂ ଅନ୍ୟ ୭ଜଣ ଆହତ ହୋଇଛନ୍ତି।

ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଅନେକ ଲୋକ ଭିତରେ ଫସି ରହିଥିଲେ ଯେଉଁମାନଙ୍କୁ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କରିଥିଲେ। ସ୍ଥାନୀୟ ପୋଲିସ ମୃତ୍ୟୁବରଣ କରିଥିବା ୪ଜଣଙ୍କ ପରିଚୟ ଜାଣିବାକୁ ଚେଷ୍ଟା କରୁଥିବା ବେଳେ ଆହତମାନଙ୍କୁ ତୁରନ୍ତ ନାଗଓ୍ବାଇନସ୍ଥିତ ସିଭିଲ୍‌ ହସ୍ପିଟାଲକୁ ନିଆଯାଇଥିଲା, ଯେଉଁଠାରେ ସେମାନଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଦୁର୍ଘଟଣାର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ।

error: Content is protected !!